Posted inଜାତୀୟ

ୟୁନେସ୍କୋ ତାଲିକାରେ ମେଘାଳୟର ମୋମଲୁହ ଗୁମ୍ଫା…

ଶିଲଂ,୧।୧୦ : ମେଘାଳୟର ସୋହରାରେ ଥିବା ପୃଥିବୀର ଦୀର୍ଘତମ ମୋମଲୁହ ଗୁମ୍ଫାକୁ ୟୁନେସ୍କୋ ପକ୍ଷରୁ ଚୟନ କରାଯାଇଛି। ଏସମ୍ପର୍କରେ ଶନିବାର ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ସୂଚନା ପ୍ରଦାନ କରିଛନ୍ତି। ୟୁନେସ୍କୋର ଅନ୍ତର୍ଜାତୀୟ ୟୁନିଅନ ଅଫ ଜିଓଲୋଜିକାଲ ସାଇନ୍ସ (ଆଇୟୁଜିଏସ) ଦ୍ୱାରା ବିଶ୍ୱର ପ୍ରଥମ ୧୦୦ ଆଇୟୁଜିଏସ ଭୌଗୋଳିକ ସ୍ଥାନ ମଧ୍ୟରୁ ଗୋଟିଏ ଭାବରେ ମନୋନୀତ ହୋଇଛି। କୋନରାଡ ଏକ ଟୁଇଟରେ ଏହା ଲେଖିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବାସ୍କ କୋଷ୍ଟ ୟୁନେସ୍କୋ ଗ୍ଲୋବାଲ ଜିଓପାର୍କ (ସ୍ପେନ) ଜୁମିଆରେ ଆଇୟୁଜିଏସର ୬୦ ତମ ବାର୍ଷିକୀ କାର୍ଯ୍ୟକ୍ରମରେ ୫୬ଟି ଦେଶର ୧୮୧ ସ୍ଥାନରୁ ମନୋନୀତ ହୋଇଥିବା ପ୍ରଥମ ୧୦୦ ଆଇୟୁଜିଏସ ଭୌଗୋଳିକ ଅଞ୍ଚଳକୁ ଐତିହ୍ୟ ସ୍ଥାନ ଭାବେ ଘୋଷଣା କରିବ। ସୋହରାର ମୋମଲୁହ ଗୁମ୍ଫା, ମେଘାଳୟ ଭାରତୀୟ ଉପମହାଦେଶର ଦୀର୍ଘତମ ଗୁମ୍ଫା ମଧ୍ୟରୁ ଏହା ଗୋଟିଏ।

ଏହାର ଲମ୍ବ ପ୍ରାୟ ୪୫୦୦ ମିଟର ପର୍ଯ୍ୟନ୍ତ ବ୍ୟାପିଛି। ସ୍ଥାନୀୟ ଭାବରେ କ୍ରେମ ମୋମଲୁହୁ ନାମରେ ଜଣାଶୁଣା ଏହି ଗୁମ୍ଫା ମେଘାଳୟର ଚେରାପୁଞ୍ଜିଠାରୁ ପ୍ରାୟ ଅଧ କିଲୋମିଟର ପଶ୍ଚିମରେ ଅବସ୍ଥିତ। ଏହି ସ୍ଥାନଟି ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri