କଶ୍ମୀରୀ ପଣ୍ଡିତଙ୍କ ପ୍ରତ୍ୟାବର୍ତ୍ତନ, ଥଇଥାନ ପାଇଁ ମେହବୁବାଙ୍କ ଦାବି

ଶ୍ରୀନଗର,୩ା୬: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ଅଧ୍ୟକ୍ଷା ମେହବୁବା ମୁଫ୍‌ତି ସୋମବାର ଉପରାଜ୍ୟପାଳ ମନୋଜ ସିହ୍ନାଙ୍କୁ ଭେଟି ବିସ୍ଥାପିତ କଶ୍ମୀରୀ ପଣ୍ଡିତମାନଙ୍କୁ ମର୍ଯ୍ୟାଦାର ସହ ଫେରାଇଆଣିବା ଏବଂ ଥଇଥାନ ପାଇଁ ଦାବି କରିଛନ୍ତି। ସିହ୍ନା ୨୦୨୦ରେ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳ ନିଯୁକ୍ତ ହେବା ପରେ ମେହବୁବା ତାଙ୍କୁ ପ୍ରଥମ ଥର ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ସେ ସୀମାପାର ମୋର୍ଟାର ଶେଲ୍‌ ମାଡ଼ରେ ୧୮ ସାଧାରଣ ନାଗରିକଙ୍କ ମୃତ୍ୟୁ ସମେତ ଜମ୍ମୁ-କଶ୍ମୀରର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। କଶ୍ମୀରୀ ପଣ୍ଡିତଙ୍କ ପ୍ରତ୍ୟାବର୍ତ୍ତନ ଓ ପୁନର୍ବାସ ପାଇଁ ଏକ ଲିଖିତ ପ୍ରସ୍ତାବ ସେ ଉପରାଜ୍ୟପାଳଙ୍କୁ ଦେବା ସହ ଏହାର ନକଲ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଏବଂ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ପାଖକୁ ପଠାଇଛନ୍ତି।
୧୯୯୦ରେ ଉଗ୍ରବାଦ ବଢ଼ିବାରୁ ଉପତ୍ୟକା ଛାଡ଼ି ପଳାଇଥିବା କଶ୍ମୀରୀ ପଣ୍ଡିତମାନେ ଏବେ ଜମ୍ମୁ, ଦିଲ୍ଲୀ ଓ ଦେଶର ଅନ୍ୟାନ୍ୟ ସ୍ଥାନରେ ରହୁଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ୨୦୨୦ ରିପୋର୍ଟ ଅନୁଯାୟୀ ବିସ୍ଥାପିତ କଶ୍ମୀରୀ ପଣ୍ଡିତ ପରିବାର ସଂଖ୍ୟା ୬୪,୯୫୧କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୪୩,୬୧୮ ପରିବାର ଜମ୍ମୁରେ, ୧୯,୩୩୮ ପରିବାର ଦିଲ୍ଲୀରେ ଏବଂ ୧,୯୯୫ ପରିବାର ଅନ୍ୟ ରାଜ୍ୟରେ ବସବାସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri