Posted inଜାତୀୟ

ମେହବୁବା ପୁଣି ନଜର ବନ୍ଦୀ, ଘର ସମ୍ମୁଖରେ ସିଆର୍‌ପିଏଫ୍‌ ଗାଡ଼ି…

ଶ୍ରୀନଗର, ୨୧।୮ : ଜମ୍ମୁ- କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କୁ ପୁଣି ଥରେ ନଜର ବନ୍ଦୀ ରଖାଯାଇଛି। ସେ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଏହା ସହ ମେହବୁବା ମୁଫତି କାଶ୍ମୀରୀ ପଣ୍ଡିତଙ୍କ ଅବସ୍ଥା ପାଇଁ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୁଣି ଥରେ ଘେରିଛନ୍ତି।

ମେହବୁବା ମୁଫତି ଏକ ଟୁଇଟରେ ଲେଖିଛନ୍ତି ଯେ ଭାରତ ସରକାର କାଶ୍ମୀରୀ ପଣ୍ଡିତଙ୍କ ଦୁଃଖକୁ ଅଣାଦେଖା କରୁଛନ୍ତି। ସରକାରଙ୍କ କଠୋର ନୀତି ଯୋଗୁଁ ସେମାନଙ୍କୁ ଦୁର୍ଭାଗ୍ୟଜନକ ଭାବେ ଟାର୍ଗେଟ କିଲିଂ କରାଯାଉଛି। ସରକାର ଆମକୁ ଶତ୍ରୁ ଭାବରେ ଦେଖୁଛନ୍ତି, ଯେଉଁଥିପାଇଁ ମୋତେ ଘରେ ନଜର ବନ୍ଦୀ ରଖାଯାଇଛି।

ମେହବୁବା ଅନ୍ୟ ଏକ ଟୁଇଟରେ ଲେଖିଛନ୍ତି ଯେ ଆଜି ଚୋଟିଗାମରେ ସୁନୀଲ କୁମାରଙ୍କ ପରିବାରକୁ ଭେଟିବା ପାଇଁ ମୋର ଉଦ୍ୟମକୁ ପ୍ରଶାସନ ପକ୍ଷରୁ ବିଫଳ କରିଦିଆଯାଇଛି।

ଏହାପୂର୍ବରୁ ମେହବୁବ ମୁଫତି କଂଗ୍ରେସକୁ ଏଏପି ବିରୋଧୀ ପ୍ରଦର୍ଶନ ପାଇଁ ସମାଲୋଚନା କରିଥିଲେ। ସେ କହଥିଲେ ଯେ କେନ୍ଦ୍ରୀୟ ଏଜେନ୍ସିର ତଦନ୍ତର ସମ୍ମୁଖୀନ ହେଉଥିବା ଆମ ଆଦମୀ ପାର୍ଟିର ନେତାଙ୍କ ସମର୍ଥନରେ କଂଗ୍ରେସ ବିରୋଧୀ ଦଳଗୁଡ଼ିକୁ ଏକତ୍ର କରିବାରେ ବିଫଳ ହୋଇଛି। କଂଗ୍ରେସ ନେତା ମଣିକମ ଟାଗୋର ଏହାର ଜବାବରେ କହିଛନ୍ତି ଯେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏବଂ ତାଙ୍କ ଦଳ ପ୍ରକୃତ ଦୁର୍ନୀତିଗ୍ରସ୍ତ କାର୍ଯ୍ୟରେ ସମ୍ପୃକ୍ତ ଥିବା ଜଣାପଡିଛି ଏବଂ ସେମାନଙ୍କ ବିରୋଧରେ ନ୍ୟାୟିକ ପ୍ରକ୍ରିୟା ହେବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri