Posted inଜାତୀୟ

ରାହୁଲଙ୍କ ସୁରକ୍ଷାକୁ ନେଇ ବିବାଦ, ଭାରତ ଯୋଡୋ ଯାତ୍ରାରେ ସାମିଲ ହୋଇପାରନ୍ତି ମେହେବୁବା, ପ୍ରିୟଙ୍କା

ଜମ୍ମୁ-କଶ୍ମୀର,୨୮ ।୧: ଏବେ ଜମ୍ମୁ-କଶ୍ମୀରରେ ଚାଲିଛି କଂଗ୍ରେସର ଭାରତ ଯୋଡୋ ଯାତ୍ରା । ଶନିବାର ଏହି ଯାତ୍ରାରେ ପ୍ରିୟଙ୍କା ଗାନ୍ଧୀ ଯୋଗ ଦେଇ ପାରନ୍ତି ବୋଲି ଜଣାପଡିଛି । ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ବିକାର ରସୁଲୱାନି କହିଛନ୍ତି, କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶନିବାର ଭାରତ ଯୋଡୋ ଯାତ୍ରାରେ ସାମିଲ ହୋଇପାରନ୍ତି । ଏହି ଯାତ୍ରାରେ ପିଡିପି ମୁଖ୍ୟ ମେହେବୁବା ମୁଫତିଙ୍କ ସହ ବହୁ ସଂଖ୍ୟାରେ ମହିଳା ବି ସାମିଲ ହୋଇପାରନ୍ତି । ଅୱନ୍ତିପୋରା ଚରସୁରୁ ପ୍ରିୟଙ୍କା ଏହି ଯାତ୍ରାରେ ସାମିଲ ହେବେ ।
ବିରଲା ଇଣ୍ଟରନ୍ୟାଶନାଲ ସ୍କୁଲ, ପମ୍ପୋର ନିକଟରେ ଜଳପାନ କରିବା ପରେ ରାତିର ରହଣି ଶ୍ରୀନଗର ବାହାରେ ପନ୍ଥା ଚୌକରେ ଟ୍ରକ ୟାର୍ଡରେ ହେବ । ରବିବାର ଯାତ୍ରା ପନ୍ଥା ଚୌକରୁ ଆରମ୍ଭ ହୋଇ ବୁଲୱର୍ଡ ରୋଡରେ ଥିବା ନେହେରୁ ପାର୍କରେ ପହଞ୍ଚିବ । ଯାତ୍ରା ଏବେ କଶ୍ମୀରର ଅନନ୍ତନାଗ ଜିଲାରେ ରହିଛି ।
ସୂଚନାଯୋଗ୍ୟ, ଶୁକ୍ରବାର ବନିହାଲରୁ କଶ୍ମୀର ପର୍ଯ୍ୟନ୍ତ ଆରମ୍ଭ ହୋଇଥିବା ଭାରତ ଯୋଡୋ ଯାତ୍ରାରେ ସୁରକ୍ଷାକୁ ନେଇ ବିବାଦ ଉପୁଜିଛି । ରାହୁଲ ଗାନ୍ଧୀ ଓ ଅନ୍ୟ କଂଗ୍ରେସ ନେତା ସୁରକ୍ଷାରେ ତ୍ରୁଟି ଦର୍ଶାଇ କଶ୍ମୀରର ପ୍ରବେଶ ଦ୍ୱାର କାଜିଗୁଂଡରେ ଯାତ୍ରାକୁ ପ୍ରାୟ ଦେଢ ଘଣ୍ଟା ପର୍ଯ୍ୟନ୍ତ ଅଟକାଇ ଦେଇଥିଲେ । ପରେ ରାହୁଲ ଗାଡିରେ ଅନନ୍ତନାଗରୁ ଖନ୍ନାବଲ ଡାକ ବଙ୍ଗଳା ପର୍ଯ୍ୟନ୍ତ ଯାଇଥିଲେ । ସେ ଯିବା ପରେ ଯାତ୍ରାରେ ସାମିଲ ହୋଇଥିବା ଅନ୍ୟମାନେ ଚାଲିଚାଲି ଯାଇଥିଲେ । ରାହୁଲ ଅଭିଯୋଗ କରିଥିଲେ କି ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ସୁନିଶ୍ଚିତ କରିବାରେ ଜମ୍ମୁ-କଶ୍ମୀର ପ୍ରଶାସନ ବିଫଳ ହୋଇଛି । ଯାତ୍ରା ସମୟରେ ରାସ୍ତାର ଦୁଇ ପାଶ୍ୱର୍ରେ ରସି ଧରି ପୋଲିସ ଠିଆ ହୋଇ ନ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?