Posted inଜାତୀୟ

ମେହବୁବା ମୁଫତିଙ୍କ ବଢ଼ିଲା ଗୃହବନ୍ଦୀ ଅବଧି

ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି)ର ମୁଖ୍ୟ ମେହବୁବା ମୁଫତିଙ୍କ ଗୃହବନ୍ଦୀ ଅବଧିକୁ ପ୍ରଶାସନ ପକ୍ଷରୁ ଆହୁରି ବଢ଼ାଇ ଦିଆଯାଇଛି। ପବ୍ଲିକ ସେଫ୍ଟି ଆକ୍ଟ (ପିଏସ୍‌ଏ) ଆଧାରରେ ଶୁକ୍ରବାର ମେହବୁବାଙ୍କ ଗୃହବନ୍ଦୀକୁ ଆସନ୍ତା ୩ ମାସ ଆର୍ଥତ୍‌ ନଭେମ୍ବର ୫ ଯାଏ ବୃଦ୍ଧି କରାଯାଇଛି। ସୂଚନାଯୋଗ୍ୟ, ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ଧାରା ୩୭୦କୁ ଉଚ୍ଛେଦ କରିଥିଲେ। ଏହାପରେ ଘାଟିରେ ସୁରକ୍ଷା ରକ୍ଷା କରିବାକୁ ଯାଇ କେତେକ ରାଜନେତାଙ୍କୁ ପ୍ରଶାସନ ପକ୍ଷରୁ ଗୃହବନ୍ଦୀ କରାଯାଇଥିଲା। ସେଥିରେ ମେହବୁବା ମଧ୍ୟ ସାମିଲ ଅଛନ୍ତି। ଅନ୍ୟପଟେ ପିଡିପ ନେତା ସାଜଦ ଲୋନଙ୍କୁ ପାଖାପାଖି ଏକ ବର୍ଷ ପରେ ଶୁକ୍ରବାର ଗୃହବନ୍ଦୀରୁ ମୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?