Posted inଜାତୀୟ

ସୁନକଙ୍କୁ ନେଇ ମେହବୁବା-ରବିଶଙ୍କର ମୁହାଁମୁହିଁ…

ନୂଆଦିଲ୍ଲୀ/ଶ୍ରୀନଗର,୨୫।୧୦ : ପିଡିପି ସଭାପତି ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ବ୍ରିଟେନରେ ମୂଳ ଭାରତୀୟ ଋଷି ସୁନକଙ୍କ ପ୍ରଧାନମନ୍ତ୍ରୀ ହେବା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଭାରତୀୟଙ୍କ ପାଇଁ ଏହା ଏକ ଗର୍ବର ମୁହୂର୍ତ୍ତ। ତେବେ ଏହା ସହିତ ସେ କେନ୍ଦ୍ର ସରକାରଙ୍କ ସିଏଏ ଏବଂ ଏନଆରସିକୁ ଟାର୍ଗେଟ କରିଛନ୍ତି।

ମେହବୁବା ମୁଫତି ସୋସିଆଲ ମିଡିଆରେ କହିଛନ୍ତି, ଏହା ଏକ ଗର୍ବର ମୁହୂର୍ତ୍ତ ଯେ ବ୍ରିଟେନରେ ପ୍ରଥମ ମୂଳ ଭାରତୀୟ ପ୍ରଧାନମନ୍ତ୍ରୀ ହେବେ। ଯାହାକୁ ସମଗ୍ର ଭାରତରେ ପ୍ରକୃତରେ ଉତ୍ସବ ପାଳନ କରାଯିବା ଉଚିତ। ମନେରଖିବା ଉଚିତ ଯେ ବ୍ରିଟେନ ସଂଖ୍ୟାଲଘୁ ସଦସ୍ୟଙ୍କୁ ଏହାର ପ୍ରଧାନମନ୍ତ୍ରୀ ଭାବରେ ଗ୍ରହଣ କରିଛି। ଅପରପକ୍ଷରେ ଭାରତରେ ଜନସାଧାରଣ ସିଏଏ ଓ ଏନଆରସି ପରି ବିଭାଜନକାରୀ ଏବଂ ଭେଦଭାବକାରୀ ନିୟମ ଦ୍ୱାରା ବନ୍ଧା ହୋଇଛନ୍ତିି।

ମେହବୁବାଙ୍କ ଏହି ଟୁଇଟ ନେଇ ପାଟନା ସାହିବ ଏମ୍‌ ପି ରବିଶଙ୍କର ପ୍ରସାଦ ପ୍ରଶ୍ନ କରିଛନ୍ତି ଜମ୍ମୁ-କଶ୍ମୀରରେ କୌଣସି ସଂଖ୍ୟାଲଘୁଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ମେହବୁବା ଗ୍ରହଣ କରିବେ କି? ଏହାର ଏକ ସ୍ପଷ୍ଟ ଉତ୍ତର ଦେବାକୁ ରବିଶଙ୍କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri