Posted inଜାତୀୟ

ଜନ୍ତରମନ୍ତରରେ ବସିଲେ ମେହବୁବା

ନୂଆଦିଲ୍ଲୀ, ୭।୧୨: ଜମ୍ମୁ-କଶ୍ମୀରରେ ନିରୀହ ଜନସାଧାରଣଙ୍କୁ ହତ୍ୟା କରାଯାଉଛି। ତୁରନ୍ତ ଏହାକୁ ବନ୍ଦ କରିବା ଦାବିରେ ସୋମବାରଠୁ ଜନ୍ତରମନ୍ତରଠାରେ ଧାରଣାରେ ବସିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି। ତାଙ୍କ ସହ ଧାରଣାରେ ବହୁସଂଖ୍ୟାରେ ସାମିଲ ହୋଇଛନ୍ତି ଦଳୀୟ କର୍ମୀ।

କଶ୍ମୀରରେ ବିକ୍ଷୋଭ ପ୍ରଦର୍ଶନ ଲାଗି ତାଙ୍କୁ ଅନୁମତି ଦିଆଯାଉ ନ ଥିବାରୁ ସେ ଜାତୀୟ ରାଜଧାନୀରେ ଧାରଣାରେ ବସିବା ଲାଗି ନିଷ୍ପତ୍ତି ନେଇବା କହିଛନ୍ତି ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷା। ଯେତେଥର ସେ ନିଜ ରାଜ୍ୟରେ ବିକ୍ଷୋଭ କରିବାକୁ ଯୋଜନା କରିଛନ୍ତି, ତାଙ୍କୁ ଗୃହବନ୍ଦୀ ରଖାଯାଇଛି ବୋଲି କହିଛନ୍ତି।

୨୦୧୯ ଅଗଷ୍ଟ ୫ରେ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ କଶ୍ମୀର ଏକ ବନ୍ଦୀଶାଳାରେ ପରିଣତ ହୋଇଛି। ସେଠାରେ ଲୋକମାନଙ୍କୁ ମତବ୍ୟକ୍ତ କରିବା ଲାଗି ଅନୁମତି ମିଳୁନାହିଁ। ସେମାନଙ୍କୁ ଏକପ୍ରକାର ଦମନ କରି ରଖାଯାଇଥିବା ମେହବୁବା କହିଛନ୍ତି। ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ସେ ସବୁବେଳେ ପ୍ରଶ୍ନ ଉଠାଉଥିବା କଥାକୁ ମେହବୁବା ଖଣ୍ଡନ କରିଛନ୍ତି। ଯେତେବେଳେ ଏନ୍‌କାଉଣ୍ଟରରେ ଆତଙ୍କବାଦୀ ମରୁଛନ୍ତି, ସେତେବେଳେ କେହି ପ୍ରଶ୍ନ ଉଠାନ୍ତି ନାହିଁ। କିନ୍ତୁ ସାଧାରଣ ନାଗରିକଙ୍କର ମୃତ୍ୟୁ ଘଟିଲେ ଲୋକେ ରାସ୍ତାକୁ ଆସନ୍ତି ଓ ପ୍ରଶାସନ ପ୍ରତି ଅଙ୍ଗୁଳି ଉଠାନ୍ତି ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri