Posted inଜାତୀୟ

କୃଷକ ଆନ୍ଦୋଳନ ସହ ଜଡିତ ୨୫୦ ଟୁଇଟର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୧ ।୨: ଭାରତ ସରକାରଙ୍କ ଇଲୋକ୍ଟ୍ରୋନିକ ଆଣ୍ଡ ଆଇଟି ମନ୍ତ୍ରଣାଳୟ ଟୁଇଟରକୁ ନିର୍ଦ୍ଦେଶ ଦେଇଛନ୍ତି କି ତୁରନ୍ତ ୨୫୦ ଟୁଇଟର ଆକାଉଣ୍ଟକୁ ବନ୍ଦ କରି ଦିଆଯାଉ । ୩୦ ଜାନୁୟାରୀରେ ‘ମୋଦି ପ୍ଲାନିଂ ଫାର୍ମର ଜେନୋସାଇଟ’ ନାମରେ ହ୍ୟାସଟ୍ୟାଗ ଲଗାଇ ଯେଉଁ ୨୫୦ ଟୁଇଟର ଆକାଉଣ୍ଟ ଚାଲିଥିଲା ସେସବୁକୁ ବନ୍ଦ କରି ଦିଆଯାଉ । ଏହାର ଅର୍ଥଥିଲା ମୋଦି ସରକାର କୃଷକଙ୍କୁ ଜନସଂହାର ପାଇଁ ପ୍ରସ୍ତୁତି କରୁଛନ୍ତି । ସରକାର ଏହି ନିଷ୍ପତ୍ତି ଗୃହ ମନ୍ତ୍ରଣାଳୟ ଓ ସୁରକ୍ଷା ଏଜେନ୍ସିର ଆବେଦନ ପରେ ନେଇଛନ୍ତି । ଏଥିରେ ଅନୁରୋଧ କରାଯାଇଥିଲା କି ଏହାଦ୍ୱାରା ଦେଶର ସୁରକ୍ଷା ପ୍ରତି ବିପଦ ରହିଛି । ଆଉ ଏହାପରେ ଏସବୁ ଟୁଇଟର ଆକାଉଣ୍ଟକୁ ବନ୍ଦ କରି ଦିଆଯାଇଛି । ସୂଚନାଯୋଗ୍ୟ, କୃଷି ଆଇନକୁ ବିରୋଧ କରି ପାଖାପାଖି ୬୮ ଦିନ ହେବ କୃଷକମାନେ ଆନ୍ଦୋଳନରେ ବସିଛନ୍ତି । ଏବେ ଏହି ଆନ୍ଦୋଳନର କେ୍‌ଦ୍ର ଗାଜିପୁର ସୀମାରେ ହୋଇ ଯାଇଛି କହିଲେ ଚଳେ । ଯାହା ଫଳରେ ଏହି ରାସ୍ତାକୁ ପୋଲିସ ବନ୍ଦ କରି ଦେଇଛି । ଏହି ଆନ୍ଦୋଳନକୁ ନେଇ ବେଳକୁ ବେଲ ଅଶାନ୍ତ ହେଉଛି ପରିବେଶ । ବିରୋଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଥିବା ବେଳେ ଏହାକୁ ନେଇ ସୋସିଆଲ ମିଡିଆରେ ଭିନ୍ନ ଭିନ୍ନ ପୋଷ୍ଟ ମଧ୍ୟ ଦେଖିବାକୁ ମିଳୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri