ପରାଜୟ ସ୍ୱୀକାର କରନ୍ତୁ ଟ୍ରମ୍ପ: ମେଲାନିଆ

ୱାଶିଂଟନ,୯ ।୧୧: ଆମେରିକାରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନ୍ ବିଜୟ ଲାଗ କରିଥିବା ବେଳେ ଡୋନାଲ୍ଡ ଟ୍ରମ୍ପ ହାରି ଯାଇଛନ୍ତି । ହେଲେ ଏବେବି ଟ୍ରମ୍ପ ନିଜ ପରାଜୟକୁ ସ୍ୱୀକାର ନ କରି ବରଂ ବାଇଡେନ୍ ଭୁଲ୍ ଉପାୟରେ ବିଜୟ ଲାଭ କରିଛନ୍ତି ବୋଲି କହୁଛନ୍ତି । ଇତିମଧ୍ୟରେ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ କିନ୍ତୁ ପତି ଡୋନାଲ୍ଡ ଟ୍ରମ୍ପକୁ ବୁଝାଇବାକୁ ଚେଷ୍ଟା କରିଛନ୍ତି । ମେଲାନିଆ କହିଛନ୍ତି ଟ୍ରମ୍ପ ନିଜ ପରାଜୟକୁ ସ୍ୱୀକାର କରି ନିଅନ୍ତୁ । ଯଦିଓ ସେ ଏହାକୁ ସାର୍ବଜନିନ କରି ନାହାନ୍ତି ତଥାପି ବିଶେଷ ସୂତ୍ରରୁ ଏହା ସୂଚନା ମିଳିଛି । ଏହା ପୂର୍ବରୁ ମଧ୍ୟ ଟ୍ରମ୍ପଙ୍କ ଜ୍ୱାଇଁ ତଥା ହ୍ୱାଇଟ ହାଉସର ପରାମର୍ଶଦାତା ଜାରେଡ କୁଶନର ମଧ୍ୟ ଟ୍ରମ୍ପ ତାଙ୍କ ପରାଜୟକୁ ସ୍ୱୀକାର କରି ନିଅନ୍ତୁ ବୋଲି କହିଥିଲେ । ସୂଚନାଯୋଗ୍ୟ, ନିର୍ବାଚନ ପ୍ରଚାରରେ ମେଲାନିଆ ଟ୍ରମ୍ପଙ୍କୁ ସହଯୋଗ କରିଥିଲେ ବି ଏବେ ସେ ଓ ପରିବାର ସଦସ୍ୟ ମିଶି ଟ୍ରମ୍ପଙ୍କୁ ବୁଝାଇବାକୁ ଚେଷ୍ଟା କରୁଥିବା ଜଣାପଡିଛି । ଅନ୍ୟପଟେ ଆମରିକାର ନୂଆ ରାଷ୍ଟ୍ରପତି ଜୋ ବାଇଡେନ ତାଙ୍କ କାମ ଆରମ୍ଭ କରିଥିବା ବେଳେ ଟ୍ରମ୍ପ କିନ୍ତୁ ଏପର୍ଯ୍ୟନ୍ତ ନିଜର ପରାଜୟକୁ ସ୍ୱୀକାର କରିପାରୁ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri