Posted inଜାତୀୟ

ରାଷ୍ଟ୍ରପତିଙ୍କୁ ଭେଟିଲେ ମିଲିଣ୍ଡା ଗେଟ୍ସ …

ନୂଆଦିଲ୍ଲୀ,୬।୧୨ : ବିଲ ଆଣ୍ଡ ମିଲିଣ୍ଡା ଗେଟ୍ସ ଫାଉଣ୍ଡେଶନର ଉପାଧ୍ୟକ୍ଷା ମିଲିଣ୍ଡା ଫ୍ରେଞ୍ଚ ଗେଟ୍ସ ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ମିଲିଣ୍ଡାଙ୍କୁ ସ୍ବାଗତ କରି ରାଷ୍ଟ୍ରପତି ଗତ ଦୁଇ ଦଶନ୍ଧି ମଧ୍ୟରେ ବିଲ ଆଣ୍ଡ ମିଲିଣ୍ଡା ଗେଟ୍ସ ଫାଉଣ୍ଡେଶନ ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ପ୍ରଶଂସା କରିଥିଲେ। ରାଷ୍ଟ୍ରପତି ମୁର୍ମୁ କହିଛନ୍ତି ଯେ କେନ୍ଦ୍ର ସରକାର ଅନେକ ଫ୍ଲାଗଶିପ ପଦକ୍ଷେପ ମାଧ୍ୟମରେ ସ୍ବାସ୍ଥ୍ୟ ଏବଂ ବିକାଶରେ ଗୁରୁତ୍ୱପୂର୍ଣ୍ଣ ନିବେଶ କରୁଛନ୍ତି। ଫାଉଣ୍ଡେଶନ ସହାୟତା ଚାହୁଁଥିବା ସମସ୍ତ ବର୍ଗଙ୍କ ପାଖରେ ପହଞ୍ଚିବାର ଉଦ୍ୟମ କରିବ ବୋଲି ମୁର୍ମୁ ଆଶାପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଦେଶର ସାମଗ୍ରିକ ବିକାଶରେ ମହିଳାଙ୍କ ଭୂମିକା ଉପରେ ଆଲୋକପାତ କରିବା ସହ ଲିଙ୍ଗଗତ ସମାନତା ଏବଂ ମହିଳା ସଶକ୍ତିକରଣ ଦିଗରେ ଉଦ୍ୟମ ଜାରି ରଖିବାକୁ ଫାଉଣ୍ଡେଶନକୁ ଆହ୍ବାନ ଦେଇଛନ୍ତି। ଜନସ୍ବାସ୍ଥ୍ୟ, ସଂକ୍ରାମକ ରୋଗ ନିୟନ୍ତ୍ରଣ, ମ୍ୟାଲେରିଆ ଏବଂ ଯକ୍ଷ୍ମା ରୋକିବାରେ ବିଲ ଆଣ୍ଡ ମିଲିଣ୍ଡା ଗେଟ୍ସ ଫାଉଣ୍ଡେଶନର କାର୍ଯ୍ୟକୁ ରାଷ୍ଟ୍ରପତି ପ୍ରଶଂସା କରିଥିଲେ। ଫାଉଣ୍ଡେଶନକୁ ରକ୍ତହୀନତା ପରି ଅନ୍ୟ ସମସ୍ୟା ଉପରେ ଧ୍ୟାନ ଦେବାକୁ କହିିଥିଲେ। ଯାହାକି ଆଦିବାସୀ ସମ୍ପ୍ରଦାୟକୁ ବିଶେଷ ପ୍ରଭାବିତ କରିଥାଏ। କୃଷି ବିକାଶ କ୍ଷେତ୍ରରେ ଫାଉଣ୍ଡେଶନର କାର୍ଯ୍ୟକୁ ରାଷ୍ଟ୍ରପତି ପ୍ରଶଂସା କରିବା ସହ ଆଦିବାସୀ ଅଞ୍ଚଳରେ ଛୋଟ ଜଙ୍ଗଲ ସୃଷ୍ଟି ସହିତ ସହଯୋଗୀ ମାର୍କେଟିଂ ଲାଗି ପଦକ୍ଷେପ ଆରମ୍ଭ କରିବାକୁ ଫାଉଣ୍ଡେଶନକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri