ସମସ୍ତଙ୍କ ଆଗରେ ମେଲୋନିଙ୍କୁ କିସ୍‌ କରୁଥିଲେ ଜେଲେନସ୍କି, ଆଉ ତା’ ପରେ… ଭାଇରାଲ ଭିଡିଓକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା!

ନୂଆଦିଲ୍ଲୀ,୧୭।୬: ଫ୍ରାନ୍ସର ଡୋଭିଲ-ଲେ-ବ୍ୟାନ୍ସ (Deauville-les-Bains) ସହରରେ ଜି-୭ (G7) ଶିଖର ସମ୍ମିଳନୀ ଅନୁଷ୍ଠିତ ହେଉଛି। ଜି-୭ ସମୂହରେ ବିଶ୍ୱର ସାତଟି ପ୍ରମୁଖ ଅର୍ଥବ୍ୟବସ୍ଥା ଏକାଠି ଅଛନ୍ତି, ଯେଉଁଥିରେ କାନାଡା, ଫ୍ରାନ୍ସ, ଜର୍ମାନୀ, ଇଟାଲୀ, ଜାପାନ, ବ୍ରିଟେନ ଏବଂ ଆମେରିକା ସାମିଲ ଅଛନ୍ତି। ୟୁରୋପୀୟ ସଂଘ (EU) ମଧ୍ୟ ଏହି ସମୂହର ସଦସ୍ୟ ଅଟେ। ଏହି ସମୟରେ ବିଶ୍ୱର ସାତଟି ସବୁଠାରୁ ବିକଶିତ ଅର୍ଥବ୍ୟବସ୍ଥାର ନେତାମାନେ ଏକ ମଞ୍ଚରେ ପରସ୍ପରକୁ ଭେଟିଛନ୍ତି। ସମ୍ମିଳନୀରେ ସାମିଲ ହୋଇଥିବା ନେତାମାନେ ପରସ୍ପରକୁ ଅଭିବାଦନ ଜଣାଇବା ସହ ବିଭିନ୍ନ ବୈଶ୍ୱିକ ପ୍ରସଙ୍ଗରେ ଆଲୋଚନା କରିଥିଲେ।

ଏହି ସମୟରେ ୟୁକ୍ରେନର ରାଷ୍ଟ୍ରପତି ଭ୍ଲାଦିମିର ଜେଲେନସ୍କି ଏବଂ ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସାକ୍ଷାତକାରର ଏକ ଭିଡିଓ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓକୁ ନେଇ ସୋସିଆଲ ମିଡିଆରେ ଅନେକ ପ୍ରକାରର ଦାବି କରାଯାଉଛି। କିଛି ୟୁଜର୍ସ କହିଛନ୍ତି ଯେ ଅଭିବାଦନ ସମୟରେ ଜେଲେନସ୍କି, ମେଲୋନୀଙ୍କୁ ଓଠରେ କିସ୍‌ କରିବାକୁ ଚେଷ୍ଟା କରିଥିଲେ, ଯାହା ଦ୍ୱାରା ସେ କିଛି ସମୟ ପାଇଁ ଅସହଜ ମନେ କରିଥିଲେ। ତେବେ ଏହି ଦାବିର କୌଣସି ଆଧିକାରିକ ସ୍ପଷ୍ଟୀକରଣ ମିଳିନାହିଁ।

ମେଲୋନିଙ୍କ କୌଣସି ଆନ୍ତର୍ଜାତୀୟ ସାକ୍ଷାତକାରର ଭିଡିଓ ଚର୍ଚ୍ଚାକୁ ଆସିବା ଏହା ପ୍ରଥମ ଘଟଣା ନୁହେଁ। ଏହାପୂର୍ୱରୁ ପ୍ୟାରିସର ଏଲିସି ପ୍ୟାଲେସରେ ଆୟୋଜିତ ଏକ ବଡ଼ କୂଟନୈତିକ ସମ୍ମିଳନୀ ସମୟରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଏବଂ ମେଲୋନୀଙ୍କ ସାକ୍ଷାତକାର ମଧ୍ୟ ଚର୍ଚ୍ଚାରେ ରହିଥିଲା। ବ୍ରିଟେନର ପ୍ରଧାନମନ୍ତ୍ରୀ କିର ଷ୍ଟାର୍ମର ଏବଂ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ଦ୍ୱାରା ଆୟୋଜିତ ସେହି ସମ୍ମିଳନୀରେ ପ୍ରାୟ ୫୦ଟି ଦେଶର ପ୍ରତିନିଧି ସାମିଲ ହୋଇଥିଲେ। ଏହି ବୈଠକର ମୁଖ୍ୟ ଉଦ୍ଦେଶ୍ୟ ଥିଲା ବୈଶ୍ୱିକ ବାଣିଜ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ ‘ଷ୍ଟ୍ରେଟ ଅଫ ହୋର୍ମୁଜ’ (Strait of Hormuz) ରେ ଜାହାଜଗୁଡ଼ିକର ଅବାଧ ଚଳାଚଳ ସୁନିଶ୍ଚିତ କରିବା। ଏହି ସମୟରେ ମାକ୍ରୋନ, ମେଲୋନୀଙ୍କୁ କୋଳେଇ ନେଇ ଏବଂ ପାରମ୍ପରିକ ‘ଚିକ-ଟୁ-ଚିକ କିସ’ (ଗାଲରେ ଗାଲ ମିଶାଇ) ସୱାଗତ କରିଥିଲେ। ସେହି ସମୟର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ବହୁତ ଭାଇରାଲ ହୋଇଥିଲା।

ଜି-୭ ସମ୍ମିଳନୀରେ ଜେଲେନସ୍କି ଏବଂ ମେଲୋନୀଙ୍କ ଭିଡିଓର ପ୍ରତିକ୍ରିୟା ଭାଇରାଲ ହେବାରେ ଲାଗିଛି। ଏହି କ୍ଲିପରେ ମେଲୋନୀ ଟିକେ ଚକିତ ଏବଂ ଅସହଜ ଦେଖାଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri