Posted inଜାତୀୟ

ଦ୍ରୁତଗତିରେ ତରଳୁଛି ହିମାଳୟ: ଚିନ୍ତା ପ୍ରକଟ କଲା ଏନ୍‌ଜିଟି

ନୂଆଦିଲ୍ଲୀ,୨୭ା୧୧(ପି.ଟି.):ହିମାଳୟର ହିମହ୍ରଦଗୁଡ଼ିକ ଦ୍ରୁତଗତିରେ ତରଳିବାରେ ଲାଗିଛି। ଏଥିଯୋଗୁ ପ୍ରାକୃତିକ ବିପର୍ଯ୍ୟୟ ଆଶଙ୍କା ବଢ଼ିଛି। ଜାତୀୟ ସବୁଜ ଟ୍ରିବ୍ୟୁନାଲ (ଏନ୍‌ଜିଟି) ମଙ୍ଗଳବାର ଏହା ଉପରେ ଚିନ୍ତା ପ୍ରକଟ କରିବା ସହ ଏନେଇ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ତାପମାତ୍ରା ବୃଦ୍ଧି ଯୋଗୁ ଗତ ୧୩ ବର୍ଷ ମଧ୍ୟରେ ହିମାଳୟର ହିମହ୍ରଦଗୁଡ଼ିକ ୧୦.୮୧% ବୃଦ୍ଧିପାଇଛି। ରିପୋର୍ଟ ଅନୁଯାୟୀ, ହିମବାହ ତରଳିବା କାରଣରୁ ବୃହତ୍‌ ହିମହ୍ରଦ ସୃଷ୍ଟି ହେଉଛି। ସେଗୁଡ଼ିକରେ ଅଧିକ ପରିମାଣର ଜଳ ଜମା ହେଉଥିବାରୁ ବନ୍ୟା ଓ ହିମସ୍ଖଳନ ଭଳି ପ୍ରାକୃତିକ ବିପର୍ଯ୍ୟୟ ବୃଦ୍ଧିପାଉଛି। ନିକଟରେ ଏ ସମ୍ପର୍କିତ ରିପୋର୍ଟ ପ୍ରକାଶ ପାଇବା ପରେ ଏନ୍‌ଜିଟି ଏହି ବିଷୟକୁ ସଂଜ୍ଞାନକୁ ନେଇ ନିଜ ଆଡ଼ୁ ମାମଲା ରୁଜୁ କରିଛନ୍ତି।
୧୯ରେ ଏନ୍‌ଜିଟି ଅଧ୍ୟକ୍ଷ ଜଷ୍ଟିସ୍‌ ପ୍ରକାଶ ଶ୍ରୀବାସ୍ତବଙ୍କ ଖଣ୍ଡପୀଠ କହିଥିଲେ, ୨୦୧୧ରୁ ୨୦୨୪ ମଧ୍ୟରେ ଭାରତରେ ହିମହ୍ରଦର ଉପରଭାଗ ଅଞ୍ଚଳ ୩୩.୭% ବୃଦ୍ଧି ପାଇଛି। ହଠାତ୍‌ ହିମହ୍ରଦରେ ଆସୁଥିବା ବନ୍ୟା ତଳମୁଣ୍ଡରେ ବସବାସ କରୁଥିବା ଲୋକଙ୍କ ଜୀବନକୁ ବିପନ୍ନ କରିବା ସହ ଭିତ୍ତିଭୂମି ଓ ଜୈବବିବିଧତାକୁ ନଷ୍ଟ କରିଦେଉଛି। ଲଦାଖ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ ଓ ଅରୁଣାଚଳ ପ୍ରଦେଶ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଏଭଳି କ୍ଷତି ଏଡ଼ାଇବା ସକାଶେ ତ୍ୱରାନ୍ବିତ ଅନୁଧ୍ୟାନ, ତ୍ୱରିତ ସତର୍କତା ବ୍ୟବସ୍ଥା ଓ ବିକଶିତ ବନ୍ୟା ପରିଚାଳନା ରଣନୀତି ଆପଣାଯିବା ଜରୁରୀ। ଆଇନ, ଜଳ (ପ୍ରଦୂଷଣ ନିରାକରଣ ଓ ନିୟନ୍ତ୍ରଣ) ଆଇନ ଏବଂ ପରିବେଶ ସୁରକ୍ଷା ଆଇନର ଉଲ୍ଲଂଘନ। ତେଣୁ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ସଚିବ, ଜି.ବି. ପନ୍ତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହମାଲୟାନ୍‌ ଏନ୍‌ଭାଇରୋନ୍‌ମେଣ୍ଟ ନିର୍ଦ୍ଦେଶକ ଏବଂ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଟ୍ରିବ୍ୟୁନାଲ ନୋଟିସ କରିଛନ୍ତି। ୨୦୨୫ ମାର୍ଚ୍ଚ ୧୦ ଶୁଣାଣିର ସପ୍ତାହେ ପୂର୍ବରୁ ଜବାବ ରଖିବା ପାଇଁ ପକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri