କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭିତ୍ତିଭୂମି ପରଖିଲେ କାୟାକଳ୍ପ ଟିମ୍‌ ସଦସ୍ୟ

କୋକସରା,୧୫ା୩ (ଡି.ଏନ.ଏ.): ମଙ୍ଗଳବାର କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋଷ୍ଟି ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଭିତ୍ତିଭୂମି ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରି ଫେରିଛନ୍ତି କାୟାକଳ୍ପ ଟିମ ସଦସ୍ୟ। ମଧ୍ୟାହ୍ନରେ ସେମାନେ ପହଞ୍ଚିବା ପରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ତତ୍ତ୍ୱଦର୍ଶୀ ଦାସ ସମେତ ହସ୍ପିଟାଲର କର୍ମଚାରୀମାନେ ସ୍ବାଗତ ଓ ସମ୍ବର୍ଦ୍ଧନା କରିଥିଲେ । ପରେ ଟିମର ସଦସ୍ୟ ହସ୍ପିଟାଲର ଇନଡୋର୍‌, ଆଉଟ୍‌ ଡୋର୍‌, କୋଭିଡ୍‌ ଟୀକାକରଣ କେନ୍ଦ୍ର, ଫ୍ଲୁ ସେଣ୍ଟର, ଔଷଧ ଭଣ୍ଡାର, ରୋଗୀ ୱାର୍ଡ, ପ୍ରସୂତି ୱାର୍ଡ, ଅଂଶୁଘାତ କକ୍ଷ ବୁଲି ଦେଖିବା ସହ ସ୍ବାସ୍ଥ୍ୟକେନ୍ଦ୍ରକୁ ଉନ୍ନୟନ କାର୍ଯ୍ୟ ପାଇଁ ଆସୁଥିବା ବିଭିନ୍ନ ଅନୁଦାନ ପାଣ୍ଠିର ଖର୍ଚ୍ଚ ବିବରଣୀ ଯାଞ୍ଚ କରିଥିଲେ। କାୟାକଳ୍ପ ଟିମ୍‌ର ନେତୃତ୍ୱ ଭୁବନେଶ୍ୱରରୁ ଆସିଥିବା ଡାକ୍ତର ପ୍ରଦୀପ କୁମାର ପାଢୀ, ଡାକ୍ତର ବିକାଶ ପଟ୍ଟନାୟକ, ହୀରାଲାଲ ନାଏକ ଡି.ଏଚ୍‌.ଏଚ୍‌ କଳାହାଣ୍ଡି ଡାକ୍ତର ଶ୍ରୀରାମ ମହାନ୍ତି ସମେତ କଳାହାଣ୍ଡି ଜିଲା ମୁଖ୍ୟ ସ୍ବାସ୍ଥ୍ୟ କେନ୍ଦ୍ର ରୁ ଗାଁ କଲ୍ୟାଣ ସମିତିର ରିତା ନାଏକ ପ୍ରମୁଖ ଏହି ଟିମ୍‌ରେ ଉପସ୍ଥିତ ରହି ପରିଦର୍ଶନ କରିଥିଲେ। ଟିମ ପରିଦର୍ଶନ ସମୟରେ ହସ୍ପିଟାଲର ଡାକ୍ତର ବିଜୟଲକ୍ଷ୍ମୀ ପଣ୍ଡା, ଡାକ୍ତର ଅଭିଷେକ ବେହେରା, ଡାକ୍ତର ଅନିଲ ମେହେର, କର୍ମଚାରୀ ବି.ପି.ଏମ ମାନସ ନୟନ ସ୍ବାଇଁ, ପି.ଏଚ.ଇ.ଓ ଚିଦାନନ୍ଦ ପଣ୍ଡା, ଫାର୍ମାଶିଷ୍ଟ ସୁଧୀର ଧଙ୍ଗଡା ମାଝୀ, ସେବିକା ଲଷ୍ମୀପ୍ରିୟା ବଲ, ଗୀତାଞ୍ଜଳି ବାଗ, ଆରତି ନାଏକ ଓ ଅନ୍ୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଦ୍ୱାରଦେଶରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri