ସଲମାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ମିଳିଲା ସୂଚନା

ମୁମ୍ବାଇ,୧୦।୬: ବଲିଉଡ ଅଭିନେତା ସଲମାନ ଖାନ ଏବଂ ପିତା ସଲିମ ଖାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ଶେଷରେ ସନ୍ଧାନ ମିଳିଛି। ସିଦ୍ଧୁ ମୂସେୱାଲାଙ୍କ ହତ୍ୟାକାରୀ କୁହାଯାଉଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଗ୍ରୁପ୍‌ର ସଦସ୍ୟ ସଲମାନଙ୍କୁ ହତ୍ୟା ଧମକ ଦେଇଛନ୍ତି। ରାଜସ୍ଥାନର ଜାଲୋରରୁ ମୁମ୍ବାଇକୁ ତିନି ଜଣ ଲୋକ ଆସି ହତ୍ୟା ଧମକପୂର୍ଣ୍ଣ ଚିଠି ଛାଡି ଯାଇଥିବା ପୋଲିସ ପ୍ରକାଶ କରିଛି। ସମସ୍ତ ତିନିଜଣ ଲରେନ୍ସ ଗ୍ୟାଙ୍ଗର ସଦସ୍ୟ ଅଟନ୍ତି।
ଏହା ମାମଲାରେ ଲରେନ୍ସ ବିଷ୍ଣୋଇଙ୍କୁ ପୋଲିସ ପଚରାଉଚରା କରିସାରିଛି। ଅନ୍ୟପକ୍ଷରେ, ଗୁରୁବାର ମୁମ୍ବାଇ ପୋଲିସ ଲରେନ୍ସଙ୍କ ବନ୍ଧୁ ସିଦ୍ଧେଶ ହିରମାନ କାମ୍ବଲେଙ୍କ ମଧ୍ୟ ପଚରାଉଚରା କରିବାକୁ ପୁଣେ ଆସିଛି। ଏହି ସମୟରେ ପୋଲିସର ହାତକୁ ଏକ ବଡ ପ୍ରମାଣ ଆସିଛି। କାମ୍ବଲେ ପ୍ରକାଶ କରିଛନ୍ତି ଯେ, ଗ୍ୟାଙ୍ଗଷ୍ଟର ଲରେନ୍ସ ଏହି ଚିଠି ଲେଖି ସଲମାନଙ୍କ ନିକଟକୁ ପଠାଇଛନ୍ତି।
ସୂଚନାଯୋଗ୍ୟ, ବଲିଉଡର ସୁପରଷ୍ଟାର୍‌ ସଲମାନ ଖାନଙ୍କୁ ଗତ ରବିବାର ଏକ ଚିଠି ମାଧ୍ୟମରେ ହତ୍ୟା ଧମକ ଦିଆଯାଇଥିଲା। ସଲମାନଙ୍କ ପିତା ସଲିମ ଖାନ ସକାଳେ ବୁଲିବାକୁ ଯାଇଥିଲେ। ସେ କିଛି ସମୟ ବିଶ୍ରାମ ନେବାକୁ ବେଞ୍ଚରେ ବସିଥିବାବେଳେ ତାଙ୍କୁ ସଲମାନଙ୍କ ନାମରେ ଏକ ଧମକପୂର୍ଣ୍ଣ ଚିଠି ମିଳିଥିଲା।
ଏହି ଚିଠିରେ ଲେଖାଯାଇଥିଲା ଯେ, ସଲମାନଙ୍କ ଅବସ୍ଥା ସିଦ୍ଧୁ ମୂସେୱଲାଙ୍କ ଭଳି କରିଦେବୁ। ବାନ୍ଦ୍ରା ପୋଲିସ ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ନିକଟରେ ପଞ୍ଜାବୀ ଗାୟକ ସିଦ୍ଧୁ ମୂସେୱଲାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri