ସଲମାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ମିଳିଲା ସୂଚନା

ମୁମ୍ବାଇ,୧୦।୬: ବଲିଉଡ ଅଭିନେତା ସଲମାନ ଖାନ ଏବଂ ପିତା ସଲିମ ଖାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ଶେଷରେ ସନ୍ଧାନ ମିଳିଛି। ସିଦ୍ଧୁ ମୂସେୱାଲାଙ୍କ ହତ୍ୟାକାରୀ କୁହାଯାଉଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଗ୍ରୁପ୍‌ର ସଦସ୍ୟ ସଲମାନଙ୍କୁ ହତ୍ୟା ଧମକ ଦେଇଛନ୍ତି। ରାଜସ୍ଥାନର ଜାଲୋରରୁ ମୁମ୍ବାଇକୁ ତିନି ଜଣ ଲୋକ ଆସି ହତ୍ୟା ଧମକପୂର୍ଣ୍ଣ ଚିଠି ଛାଡି ଯାଇଥିବା ପୋଲିସ ପ୍ରକାଶ କରିଛି। ସମସ୍ତ ତିନିଜଣ ଲରେନ୍ସ ଗ୍ୟାଙ୍ଗର ସଦସ୍ୟ ଅଟନ୍ତି।
ଏହା ମାମଲାରେ ଲରେନ୍ସ ବିଷ୍ଣୋଇଙ୍କୁ ପୋଲିସ ପଚରାଉଚରା କରିସାରିଛି। ଅନ୍ୟପକ୍ଷରେ, ଗୁରୁବାର ମୁମ୍ବାଇ ପୋଲିସ ଲରେନ୍ସଙ୍କ ବନ୍ଧୁ ସିଦ୍ଧେଶ ହିରମାନ କାମ୍ବଲେଙ୍କ ମଧ୍ୟ ପଚରାଉଚରା କରିବାକୁ ପୁଣେ ଆସିଛି। ଏହି ସମୟରେ ପୋଲିସର ହାତକୁ ଏକ ବଡ ପ୍ରମାଣ ଆସିଛି। କାମ୍ବଲେ ପ୍ରକାଶ କରିଛନ୍ତି ଯେ, ଗ୍ୟାଙ୍ଗଷ୍ଟର ଲରେନ୍ସ ଏହି ଚିଠି ଲେଖି ସଲମାନଙ୍କ ନିକଟକୁ ପଠାଇଛନ୍ତି।
ସୂଚନାଯୋଗ୍ୟ, ବଲିଉଡର ସୁପରଷ୍ଟାର୍‌ ସଲମାନ ଖାନଙ୍କୁ ଗତ ରବିବାର ଏକ ଚିଠି ମାଧ୍ୟମରେ ହତ୍ୟା ଧମକ ଦିଆଯାଇଥିଲା। ସଲମାନଙ୍କ ପିତା ସଲିମ ଖାନ ସକାଳେ ବୁଲିବାକୁ ଯାଇଥିଲେ। ସେ କିଛି ସମୟ ବିଶ୍ରାମ ନେବାକୁ ବେଞ୍ଚରେ ବସିଥିବାବେଳେ ତାଙ୍କୁ ସଲମାନଙ୍କ ନାମରେ ଏକ ଧମକପୂର୍ଣ୍ଣ ଚିଠି ମିଳିଥିଲା।
ଏହି ଚିଠିରେ ଲେଖାଯାଇଥିଲା ଯେ, ସଲମାନଙ୍କ ଅବସ୍ଥା ସିଦ୍ଧୁ ମୂସେୱଲାଙ୍କ ଭଳି କରିଦେବୁ। ବାନ୍ଦ୍ରା ପୋଲିସ ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ନିକଟରେ ପଞ୍ଜାବୀ ଗାୟକ ସିଦ୍ଧୁ ମୂସେୱଲାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?