ଗୃହରେ ସଦସ୍ୟ ଆଚରଣ ରଖିବା ଉଚିତ: ବାଚସ୍ପତି

ଭୁବନେଶ୍ୱର,୧୯ା୧୧: ସଂସଦ ଓ ବିଧାନସଭାର ଅଧ୍ୟକ୍ଷ ଭାବେ ବାଚସ୍ପତିମାନେ ଗୃହର ସୁପରିଚାଳନା ସହ ଗରିମା ରକ୍ଷା କରିବାରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନେଇଥାନ୍ତି। ସାଂସଦ ଓ ବିଧାୟକମାନେ ଏହାକୁ ସମ୍ପୂର୍ଣ୍ଣରୂପେ ହୃଦୟଙ୍ଗମ କରି ଗୃହରେ ନିଜର ଆଚରଣ ରଖିବା ଉଚିତ। ସଂସଦ ଓ ବିଧାନସଭାର ଗରିମା ରକ୍ଷା କରିବା ପ୍ରତ୍ୟେକ ସଦସ୍ୟଙ୍କ ପ୍ରାଥମିକତା ହେବା ଉଚିତ। ସେହିଭଳି ଜନସାଧାରଣଙ୍କ ମୌଳିକ ସମସ୍ୟା ତଥା ଆବଶ୍ୟକତା ସଂସଦ ଓ ବିଧାନସଭାରେ ସମ୍ପୂର୍ଣ୍ଣ ରୂପେ ପ୍ରତିଫଳିତ ହେବା ଆବଶ୍ୟକ। ହିମାଚଳ ପ୍ରଦେଶର ଶିମ୍‌ଲାଠାରେ ଅନୁଷ୍ଠିତ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀର ଶତବାର୍ଷିକୀରେ ଯୋଗଦେଇ ଓଡ଼ିଶା ବିଧାନସଭା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଏହା କହିଛନ୍ତି।
ଗତ ୧୭ ଓ ୧୮ ତାରିଖରେ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଅତିଥି ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ମହାନୀୟ ଓ ନିରପେକ୍ଷ ଭୂମିକା ଉପରେ ଆଲୋକପାତ କରିଥିଲେ। ହିମାଚଳ ପ୍ରଦେଶ ବିଧାନସଭା ବାଚସ୍ପତି ବିପିନ ସିଂ ପରମର ସ୍ବାଗତ ଭାଷଣ ଦେଇଥିବାବେଳେ ବିରୋଧୀ ଦଳ ନେତା ମୁକେଶ ଅଗ୍ନିହୋତ୍ରୀ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ପ୍ରମୁଖ ନିଜର ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଓଡ଼ିଶା ବିଧାନସଭା ବାଚସ୍ପତି ଡ. ପାତ୍ର ସମ୍ବିଧାନ, ଗୃହ ଓ ଜନସାଧାରଣଙ୍କ ପ୍ରତି ଗୃହ ଅଧ୍ୟକ୍ଷଙ୍କ ଦାୟିତ୍ୱବୋଧ ପରେ ମତ ରଖିଥିଲେ। ସୂଚନାଯୋଗ୍ୟ, ଶିମ୍‌ଲାଠାରେ ୧୯୨୧ ମସିହାରେ ପ୍ରଥମ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri