ଗୃହରେ ସଦସ୍ୟ ଆଚରଣ ରଖିବା ଉଚିତ: ବାଚସ୍ପତି

ଭୁବନେଶ୍ୱର,୧୯ା୧୧: ସଂସଦ ଓ ବିଧାନସଭାର ଅଧ୍ୟକ୍ଷ ଭାବେ ବାଚସ୍ପତିମାନେ ଗୃହର ସୁପରିଚାଳନା ସହ ଗରିମା ରକ୍ଷା କରିବାରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନେଇଥାନ୍ତି। ସାଂସଦ ଓ ବିଧାୟକମାନେ ଏହାକୁ ସମ୍ପୂର୍ଣ୍ଣରୂପେ ହୃଦୟଙ୍ଗମ କରି ଗୃହରେ ନିଜର ଆଚରଣ ରଖିବା ଉଚିତ। ସଂସଦ ଓ ବିଧାନସଭାର ଗରିମା ରକ୍ଷା କରିବା ପ୍ରତ୍ୟେକ ସଦସ୍ୟଙ୍କ ପ୍ରାଥମିକତା ହେବା ଉଚିତ। ସେହିଭଳି ଜନସାଧାରଣଙ୍କ ମୌଳିକ ସମସ୍ୟା ତଥା ଆବଶ୍ୟକତା ସଂସଦ ଓ ବିଧାନସଭାରେ ସମ୍ପୂର୍ଣ୍ଣ ରୂପେ ପ୍ରତିଫଳିତ ହେବା ଆବଶ୍ୟକ। ହିମାଚଳ ପ୍ରଦେଶର ଶିମ୍‌ଲାଠାରେ ଅନୁଷ୍ଠିତ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀର ଶତବାର୍ଷିକୀରେ ଯୋଗଦେଇ ଓଡ଼ିଶା ବିଧାନସଭା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଏହା କହିଛନ୍ତି।
ଗତ ୧୭ ଓ ୧୮ ତାରିଖରେ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଅତିଥି ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ମହାନୀୟ ଓ ନିରପେକ୍ଷ ଭୂମିକା ଉପରେ ଆଲୋକପାତ କରିଥିଲେ। ହିମାଚଳ ପ୍ରଦେଶ ବିଧାନସଭା ବାଚସ୍ପତି ବିପିନ ସିଂ ପରମର ସ୍ବାଗତ ଭାଷଣ ଦେଇଥିବାବେଳେ ବିରୋଧୀ ଦଳ ନେତା ମୁକେଶ ଅଗ୍ନିହୋତ୍ରୀ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ପ୍ରମୁଖ ନିଜର ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଓଡ଼ିଶା ବିଧାନସଭା ବାଚସ୍ପତି ଡ. ପାତ୍ର ସମ୍ବିଧାନ, ଗୃହ ଓ ଜନସାଧାରଣଙ୍କ ପ୍ରତି ଗୃହ ଅଧ୍ୟକ୍ଷଙ୍କ ଦାୟିତ୍ୱବୋଧ ପରେ ମତ ରଖିଥିଲେ। ସୂଚନାଯୋଗ୍ୟ, ଶିମ୍‌ଲାଠାରେ ୧୯୨୧ ମସିହାରେ ପ୍ରଥମ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri