ଅକ୍ଟୋବର ୯ରୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ

ଭୁବନେଶ୍ୱର,୨ା୧୦(ଅନିଲ ଦାସ):ବିଜୁ ଜନତା ଦଳର ସଦସ୍ୟତା ସଂଗ୍ରହ ଅଭିଯାନ ଆସନ୍ତା ଅକ୍ଟୋବର ୯ ତାରିଖରୁ ଆରମ୍ଭ ହେବ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀଙ୍କ ନେତୃତ୍ୱରେ ଆଗାମୀ ସଦସ୍ୟତା ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ନିମନ୍ତେ ଏକ ମତାମତ ସଂଗ୍ରହ କାର୍ଯ୍ୟକ୍ରମ ଓ ପ୍ରସ୍ତୁତି ବୈଠକ ଭର୍ଚୁଆଲ ପ୍ଲାଟଫର୍ମ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଜୁ ଛାତ୍ର ଜନତା ଦଳର ସମସ୍ତ ରାଜ୍ୟ କର୍ମକର୍ତ୍ତା, ଜିଲା ସଭାପତିଙ୍କ ସମେତ ସମସ୍ତ ଜିଲାର ଛାତ୍ର ନେତୃତ୍ୱ ଯୋଗ ଦେଇଥିଲେ।
ଏହି ଅବସରରେ ଦଳର କର୍ମକର୍ତ୍ତା ମତାମତ ଦେବା ସହ କିପରି ଭାବେ ସୁଚାରୁ ରୂପେ ପ୍ରତି କ୍ୟାମ୍ପସରେ ସଦସ୍ୟତା ସଂଗ୍ରହ ଅଭିଯାନକୁ ବ୍ୟାପକ ଭାବେ ସଫଳତାର ସହ ସମାପନ କରାଯାଇପାରିବ ସେଥିପ୍ରତି ଗୁରୁତ୍ୱାରୋପ କରିଥିଲେ। ସମସ୍ତ କ୍ୟାମ୍ପସ ସ୍ତରରେ କ୍ୟାମ୍ପସ କମିଟି କର୍ମକର୍ତ୍ତାଙ୍କୁ ଦାୟିତ୍ୱ ଦେବା ସହ ପ୍ରତି କଲେଜରେ କିପରି ବ୍ୟାପକ ଭାବେ ସଦସ୍ୟତା ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ସେଥିପ୍ରତି ବିଜୁ ଛାତ୍ର ଜନତା ଦଳ ପଦକ୍ଷେପ ଗ୍ରହଣ କରିବ।
ଏହି ଅବସରରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି କହିଛନ୍ତି, ବିଜୁ ଜନତା ଦଳରେ କିପରି ଅଧିକରୁ ଅଧିକ ସଦସ୍ୟ ଯୋଗଦାନ କରିବେ ସେଥିପାଇଁ ସମସ୍ତ କର୍ମୀ ବଦ୍ଧପରିକର। ଏଥିସହ ସମସ୍ତ କଲେଜରେ କ୍ୟାମ୍ପସ କମିଟି କର୍ମକର୍ତ୍ତାଙ୍କୁ ଦାୟିତ୍ୱ ଦେବା ସହ ସମସ୍ତ କଲେଜର କନ୍‌ଭେନରମାନଙ୍କୁ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri