ଦେବେନ୍ଦ୍ର ଶତପଥୀଙ୍କ ସ୍ମୃତିଚାରଣ

ଭାପୁର, ୯।୯(ଡି.ଏନ.ଏ): ଢେଙ୍କାନାଳ ସଦର ବ୍ଲକ ଛଦେଶସ୍ଥିତ ଦେବେନ୍ଦ୍ର ଶତପଥୀ ସ୍ମାରକୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଦେବେନ୍ଦ୍ର ଶତପଥୀ ସ୍ମାରକୀ ଡିଗ୍ରୀ ମହାବିଦ୍ୟାଳୟରେ ଗୁରୁବାର ପୂର୍ବତନ ଏମ୍‌ପି ତଥା ବିଶିଷ୍ଟ ସାମାଜିକ କର୍ମୀ ଦେବେନ୍ଦ୍ର ଶତପଥୀଙ୍କ ୯୪ତମ ଜୟନ୍ତୀ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ଯୁକ୍ତ ୩ କଲେଜ ଅଧ୍ୟକ୍ଷା ମଞ୍ଜୁଶ୍ରୀ ମୁଖୀ ସଭାପତିତ୍ୱ କରିଥିଲେ। ପାଠ ପଢ଼ିବା ସହ ଭଲ ମଣିଷ ହେବାକୁ ସେ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। ଯୁକ୍ତ ୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଚନ୍ଦ୍ରଶେଖର ପଣ୍ଡା ସ୍ବର୍ଗତ ଶତପଥୀଙ୍କ ସ୍ମୃତିଚାରଣ କରିବା ସହ ତାଙ୍କ ନୀତିଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଆହ୍ବାନ ଦେଇଥିଲେ। ସ୍ବର୍ଗତ ଦେବେନ୍ଦ୍ର ଶତପଥୀଙ୍କ ଭଳି ଜଣେ ବରେଣ୍ୟ ବ୍ୟକ୍ତିଙ୍କ ନାମରେ ଏହି ଦୁଇ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠିତ। ଏଠାରୁ ବହୁ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇ ସୁନାମ ଅର୍ଜିଛନ୍ତି। ଜୟନ୍ତୀ ସମାରୋହ ତାଙ୍କୁ ମନେ ପକାଇବା ଲାଗି ଅବସର ସୃଷ୍ଟି କରିଛି ବୋଲି ସେ ମତବ୍ୟକ୍ତ କରିଥିଲେ। ୧୯୯୦ ଦେବେନ୍ଦ୍ର ଶତପଥୀଙ୍କ ଦେହାନ୍ତ ପରେ ୧୯୯୧ ଶ୍ରୀରାମ ନବମୀରେ ତାଙ୍କ ପୁତ୍ର ତଥା ପୂର୍ବତନ ଏମ୍‌ପି ତଥାଗତ ସତପଥୀଙ୍କ କରକମଳରେ ଏହି ଅନୁଷ୍ଠାନର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଏହି ଅନୁଷ୍ଠାନରେ ଶିକ୍ଷାଲାଭ କରି ବହୁ ଛାତ୍ରୀଛାତ୍ର ଉଚ୍ଚ ପଦପଦବୀ ହାସଲ କରିଛନ୍ତି ବୋଲି ସୂଚନା ଦିଆଯାଇଥିଲା। କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଅଧ୍ୟାପିକା, ଅଧ୍ୟାପକ, କର୍ମଚାରୀ ଓ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri