Posted inଖେଳ

ଭାରତୀୟ ମହିଳା ଫୁଟ୍‌ବଲ କୋଚ୍‌ ପଦ ଛାଡ଼ିଲେ ମେମୋଲ

ନୂଆଦିଲ୍ଲୀ, ୨୧।୭(ପି.ଟି.)- ମେମୋଲ ରକି ଭାରତୀୟ ମହିଳା ଫୁଟ୍‌ବଲ ଦଳର କୋଚ୍‌ ପଦ ଛାଡ଼ିଛନ୍ତି। ଗତ ୪ ବର୍ଷ ଧରି ଜାତୀୟ ଦଳ ଦାୟିତ୍ୱରେ ଥିବା ମେମୋଲ ବ୍ୟକ୍ତିଗତ କାରଣ ଦର୍ଶାଇ ଓହରି ଯାଇଛନ୍ତି। ପୂର୍ବରୁ ସହକାରୀ କୋଚ୍‌ ଥିବା ରକି ୨୦୧୭ରୁ ଦଳର ମୁଖ୍ୟ କୋଚ୍‌ ପଦରେ ରହିଥିଲେ। ତାଙ୍କ ପ୍ରଶିକ୍ଷଣରେ ଭାରତୀୟ ଦଳ ଅନ୍ତର୍ଜାତୀୟ ସ୍ତରରେ ଅନେକ ସଫଳତା ପାଇଥିଲା। ତାଙ୍କ ଉପରେ ବିଶ୍ୱାସ ରଖିଥିବାରୁ ସେ ସର୍ବଭାରତୀୟ ଫୁଟ୍‌ବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌)କୁ ଧନ୍ୟବାଦ ଜଣାଇଛନ୍ତି। ”ଗତ କିଛିବର୍ଷ ଧରି ଦଳର ଅଗ୍ରଗତିରେ ମୁଁ ବହୁତ ଖୁସି। ଆମକୁ ମିଳିଥିବା ସୁବିଧା ସୁଯୋଗ ବହୁତ ବଢ଼ିଆ ଥିଲା। ଏଆଇଏଫ୍‌ଏଫ୍‌, ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ଏବଂ ଓଡ଼ିଶା ସରକାରଙ୍କ ସମର୍ଥନ ଆମ ସଫଳତାର ଅନ୍ୟତମ କାରଣ“ ବୋଲି ରକି କହିଛନ୍ତି। ମେମୋଲ ବ୍ୟକ୍ତିଗତ କାରଣ ଦର୍ଶାଇ ମୁଖ୍ୟ କୋଚ୍‌ ପଦ ବଜାୟ ରଖିବାନେଇ ଅସାମର୍ଥ୍ୟ ପ୍ରକାଶ କରିଥିବା ଏଆଇଏଫ୍‌ଏଫ୍‌ ସମ୍ପାଦକ କୁଶାଲ ଦାସ ସ୍ପଷ୍ଟ କରିଛନ୍ତି। ଆମେ ତାଙ୍କ ନିଷ୍ପତ୍ତିକୁ ଗ୍ରହଣ କରୁଛୁ ଏବଂ ଭାରତୀୟ ଫୁଟ୍‌ବଲ ପ୍ରତି ତାଙ୍କ ଅବଦାନ ପାଇଁ ଧନ୍ୟବାଦ ଜଣାଉଛୁ ବୋଲି କୁଶାଲ କହିଛନ୍ତି।
ଭାରତର ପୂର୍ବତନ ଅନ୍ତର୍ଜାତୀୟ ଖେଳାଳି ରକିଙ୍କ କାର୍ଯ୍ୟକାଳ ଅବସରରେ ଦଳଗତ ଭିତ୍ତିରେ ଭାରତର ପ୍ରଦର୍ଶନ ଭଲ ରହିଥିଲା। ୨୦୧୮ ନଭେମ୍ବରରେ ଭାରତୀୟ ମହିଳା ଫୁଟବଲ ଦଳ ପ୍ରଥମଥର ପାଇଁ ଅଲିମ୍ପିକ୍‌ କ୍ୱାଲିଫାୟର୍ସର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରି ଇତିହାସ ସୃଷ୍ଟି କରିଥିଲା। ୨୦୧୯ରେ ଭାରତ ସାଫ୍‌ ମହିଳା ଫୁଟବଲ ଚାମ୍ପିୟନଶିପ୍‌ ଟାଇଟଲ ଜିତିଥିଲା। ନେପାଳ ସାଉଥ୍‌ ଏସିଆନ ଗେମ୍ସରେ ଦଳ ସ୍ବର୍ଣ୍ଣ ପଦକ ପାଇଥିଲା। ଭାରତ ପ୍ରଥମଥର ପାଇଁ ଆସନ୍ତାବର୍ଷ ଏଏଫ୍‌ସି ମହିଳା ଏସିଆନ କପ୍‌ ଆୟୋଜନ କରୁଥିବାରୁ ଜାତୀୟ ଦଳକୁ ରକି ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri