ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା ପ୍ରଦାନ ଦାବିରେ ସରପଞ୍ଚ ସଂଘ ପକ୍ଷରୁ ବିଡିଓଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ସୋମବାର ସଂଘର ଏକ ପ୍ରତିନିଧି ଦଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୁବ ଚରଣ ମୁଦୁଲିଙ୍କ ଜରିଆରେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏହି ଦାବିପତ୍ର ପ୍ରଦାନ କରିଛନ୍ତି । ତେବେ ଏହି ଦାବି ପଛରେ ଅଞ୍ଚଳର ବିକାଶ ଅପେକ୍ଷା ‘ଠିକା କାମ’ ହାତେଇବା ପାଇଁ ସରପଞ୍ଚମାନଙ୍କ ଆଗ୍ରହ ଅଧିକ ଥିବା ନେଇ ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର ଧରିଛି ।

ସରପଞ୍ଚ ସଂଘର ଅଭିଯୋଗ ଅନୁଯାୟୀ, ୭୩ତମ ସମ୍ବିଧାନ ସଂଶୋଧନ ଓ ପଞ୍ଚାୟତରାଜ ଆଇନ ଅନୁଯାୟୀ ଗ୍ରାମସଭାର ନିଷ୍ପତ୍ତିକୁ ଗୁରୁତ୍ୱ ଦିଆଯାଉ ନାହିଁ । DMF ଅନୁଦାନକୁ ସ୍ଥାନୀୟ ଜନପ୍ରତିନିଧିମାନେ ମନୋମୁଖୀ ଭାବେ ବ୍ଲକ ବାହାରେ ବିନିଯୋଗ କରୁଥିବାରୁ ଅଞ୍ଚଳର ବିକାଶ ବାଧାପ୍ରାପ୍ତ ହେଉଛି। ସଂଘର ମୁଖ୍ୟ ଦାବି ହେଉଛି ବ୍ଲକକୁ DMFରେ ସମ୍ପୂର୍ଣ୍ଣ ସାମିଲ କରାଯିବା ସହ ଅନୁଦାନର ୧୦ ପ୍ରତିଶତ ସିଧାସଳଖ ସରପଞ୍ଚମାନଙ୍କୁ ଅନୁମୋଦନ କ୍ଷମତା ଦିଆଯାଉ । ସ୍ମାରକପତ୍ର ପ୍ରଦାନ ସମୟରେ ସଂଘ ସଭାପତି ବଳଭଦ୍ର ମାଝୀ, ସମ୍ପାଦିକା ଗୀତାଞ୍ଜଳି ମାଝୀ, ଧନସିଂ ମାଝୀ, ଧ୍ରୁବକାନ୍ତ ମାଝୀ, ବେଣୀ ମାଝୀ, ପ୍ରକାଶ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ ।ଜନପ୍ରତିନିଧିଙ୍କ ଏହି ଦାବିକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି ।

ଅଭିଯୋଗ ହେଉଛି ଯେ, ନିର୍ବାଚନ ସମୟରେ ବଡ଼ ବଡ଼ ପ୍ରତିଶ୍ରୁତି ଦେଉଥିବା ଏହି ପ୍ରତିନିଧିମାନେ କେବଳ ନିଜ ସ୍ୱାର୍ଥ ଓ ଠିକାଦାରି ପାଇଁ ଲଢେଇ କରୁଛନ୍ତି। ଏହାର ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି ଦୋଳ ଗୁଡ଼ା ଗ୍ରାମର ସାବିତ୍ରୀ ନାୟକ। ପ୍ରଶାସନିକ କାଗଜପତ୍ରରେ ତାଙ୍କୁ ‘ମୃତ’ ଦର୍ଶାଯାଇ ଗତ ୪ ବର୍ଷ ହେବ ତାଙ୍କର ଭତ୍ତା ବନ୍ଦ କରି ଦିଆଯାଇଛି । ଜଣେ ଜୀବିତ ବୃଦ୍ଧା ମୌଳିକ ସୁବିଧା ପାଇଁ ଗୁହାରି କରୁଥିବା ବେଳେ କୌଣସି ସରପଞ୍ଚ କିମ୍ବା ସଂଘ ତାଙ୍କ ଦୁଃଖ ଶୁଣିବାକୁ ଘରକୁ ଯାଇନାହାନ୍ତି କି ବିଡିଓଙ୍କ ସହ ଆଲୋଚନା କରିନାହାନ୍ତି । ବୃଦ୍ଧାଙ୍କ ହକ୍ ପାଇଁ ନୀରବ ରହୁଥିବା ସଂଘ କେବଳ ଅର୍ଥ ଓ କ୍ଷମତା ପାଇଁ ଆନ୍ଦୋଳନର ଧମକ ଦେବା କେତେଦୂର ଯୁକ୍ତିଯୁକ୍ତ ବୋଲି ପ୍ରଶ୍ନ ଉଠିଛି । ତୁରନ୍ତ ସରପଞ୍ଚ ସଂଘ ସାବିତ୍ରୀଙ୍କ ଅଧିକାର ପାଇଁ ଲଢେଇ କରନ୍ତୁ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri