ପଦୋନ୍ନତି ପରେ ଗଞ୍ଜାମ ବିଡିଓଙ୍କୁ ପୁନଃ ଅବସ୍ଥାପିତ ଲାଗି ଜିଲାପାଳଙ୍କୁ ସ୍ମାରକପତ୍ର ଦେଲେ ଜନପ୍ରତିନିଧି

ଗଞ୍ଜାମ,୧।୭(ଡି.ଏନ୍‌.ଏ.): ଗଞ୍ଜାମ ବିଡିଓ ଜ୍ୟୋତି ଶଙ୍କର ରାୟଙ୍କୁ ଡିଆରଡିଏ ଏପିଡି ଭାବେ ପଦୋନ୍ନତି ମିଳିଛି। ଏହାକୁ ବିଭିନ୍ନ ପଞ୍ଚାୟତର ଜନ ପ୍ରତିନିଧି ସହଜରେ ଗ୍ରହଣ କରିପାରୁ ନାହାନ୍ତି। ରାୟଙ୍କୁ ପୁନଃ ବିଡିଓ ଭାବେ ବ୍ଲକରେ ଅବସ୍ଥାପିତ କରିବା ନେଇ ବୁଧବାର ଗଞ୍ଜାମ ଗସ୍ତରେ ଆସିଥିବା ଜଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି l ଉକ୍ତ ବ୍ଲକର ଦାୟିତ୍ୱ ବିଡିଓ ରାୟ ନେବା ଦିନଠାରୁ ସମସ୍ତ ପଞ୍ଚାୟତର ବହୁ ଉନ୍ନୟନ କାର୍ଯ୍ୟ ହୋଇ ପାରିଥିବା ବେଳେ ବନ୍ୟାବାତ୍ୟା ସମୟରେ ତାଙ୍କର ଅନେକ ଅବଦାନ ଥିବା ଜନ ପ୍ରତିନିଧିମାନେ ସ୍ମାରକପତ୍ରରେ ଦର୍ଶାଇଛନ୍ତି । ସେଥିପାଇଁ ବିଡିଓ ରାୟଙ୍କୁ ଶ୍ରେଷ୍ଠ ବିଡିଓ ଓ ଗଞ୍ଜାମ ବ୍ଲକକୁ ଆଦର୍ଶ ବ୍ଲକ ଭାବେ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିଛନ୍ତି l ଏଥିସହିତ ବଡିଓ ରାୟଙ୍କ ସମୟରେ ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳ ଓ କାଇଁଚପୁର ପଞ୍ଚାୟତକୁ ଶ୍ରେଷ୍ଠ ପଞ୍ଚାୟତ ଭାବେ ପରିଗଣିତ କରିପାରିଥିଲେ ବୋଲି ଜନ ପ୍ରତିନିଧିମାନେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହି ଅବସରରେ ସରପଞ୍ଚ ନିରଞ୍ଜନ ରେଡ୍ଡୀ, ଶ୍ୟାମା ରେଡ୍ଡୀ, ପ୍ରଭାତ ସେଠି, ସମିତିସଭ୍ୟ ଗଗନ ସ୍ବାଇଁ ପ୍ରମୁଖ ଉପସ୍ଥିତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ବିୟୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବତନ୍ତ୍ର ବାର୍ତ୍ତା: କହିଲେ,‘ତାଙ୍କର ସ୍ପଷ୍ଟବାଦୀ ଓ ସୁସ୍ପଷ୍ଟ ମତ…’

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ନାନା ପାଟେକରଙ୍କ ଭଳି ଗଭୀର…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?