ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର ଗ୍ରାମର ମେରୁ ମଣ୍ଡପଠାରେ ଏକ ଭବ୍ୟ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି।

ସାମାଜିକ କର୍ମୀ କେ. ମଣିବାବୁ ଏବଂ ସ୍ବର୍ଗତ ରାଧାରାଣୀଙ୍କ ପୁତ୍ର ବଶିଷ୍ଠ ଜେନା ଓ ନାରାୟଣ ଜେନାଙ୍କ ମିଳିତ ସଂଯୋଜନାରେ ଆୟୋଜିତ ଏହି ସ୍ମୃତି ସଭାରେ କୁକୁଡ଼ାଖଣ୍ଡି ବ୍ଲକ ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ପାତ୍ର, ଉଦୟନାଥ ବେହେରା, କୈଳାସ ପାତ୍ରଙ୍କ ସମେତ ଶେରଗଡ଼ ବ୍ଲକ, ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ବହୁ ସଂଖ୍ୟକ ସରପଞ୍ଚ, ସମିତି ସଭ୍ୟ ଓ ଜିଲାପରିଷଦ ସଦସ୍ୟ ଯୋଗ ଦେଇଥିଲେ। ଏଥିସହ କୁକୁଡ଼ାଖଣ୍ଡି ବ୍ଲକ କାର୍ଯ୍ୟାଳୟର ବିଭିନ୍ନ ବିଭାଗର କର୍ମଚାରୀବୃନ୍ଦ ଉପସ୍ଥିତ ରହି ପୂର୍ବତନ ସରପଞ୍ଚଙ୍କ ଫଟୋଚିତ୍ରରେ ପୁଷ୍ପାର୍ଘ୍ୟ ପ୍ରଦାନପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ଏବଂ ଆୟୋଜିତ ସଭାରେ ତାଙ୍କ ସ୍ମୃତିଚାରଣ କରିଥିଲେ।

ସୂଚନାଯୋଗ୍ୟ ଯେ, ଗତ ୨୦୧୭ରୁ ୨୦୨୨ ମସିହା ପର୍ଯ୍ୟନ୍ତ ସ୍ବର୍ଗତ ରାଧାରାଣୀ ଜେନା କୁକୁଡ଼ାଖଣ୍ଡି ବ୍ଲକ ରୋହି ଗାଁ ପଞ୍ଚାୟତର ସରପଞ୍ଚ ଭାବେ ଦାୟିତ୍ଵ ତୁଲାଇ ପଞ୍ଚାୟତ ଅଧୀନସ୍ଥ ବିଭିନ୍ନ ଗ୍ରାମର ସାମଗ୍ରିକ ବିକାଶ କରିଥିଲେ। ବିଶେଷ କରି ଦିବ୍ୟାଙ୍ଗ, ବୃଦ୍ଧବୃଦ୍ଧା, ବିଧବା ଓ ଅସହାୟ ଲୋକଙ୍କୁ ପ୍ରାଥମିକତା ଭିତ୍ତିରେ ଭତ୍ତା ମଞ୍ଜୁର କରାଇ ସେମାନଙ୍କ ମନ ଜିଣିପାରିଥିଲେ। ଏହି ସ୍ମୃତି ସଭାରେ ଅଞ୍ଚଳର ବହୁ ବୁଦ୍ଧିଜୀବୀ, କୃଷକ ଏବଂ ବହୁସଂଖ୍ୟକ ଗ୍ରାମବାସୀ ଉପସ୍ଥିତ ରହି ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ପଞ୍ଚାୟତର ବିକାଶ ଦିଗରେ ତାଙ୍କର ଅବଦାନ ଓ ସଂଗ୍ରାମୀ ଭୂମିକାକୁ ମନେ ପକାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ଥୁଆମୂଳ ରାମପୁରରେ ମା’ ମାଣିକେଶ୍ୱରୀଙ୍କ ବାଲିଯାତ୍ରା ଓ ଦଶହରା ପୂଜାସୂଚୀ ପ୍ରକାଶିତ, ଝାମୁଯାତ୍ରା…

ଥୁଆମୂଳ ରାମପୁର,୧୬।୯(ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲାର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଇଷ୍ଟଦେବୀ ହେଉଛନ୍ତି ମା’ ମାଣିକେଶ୍ୱରୀ । ଥୁଆମୂଳ ରାମପୁର ଠାରେ ଚଳିତ ୨୦୨୬ ବର୍ଷର…

ମା’ ରାମଚଣ୍ଡୀ ଶକ୍ତିପୀଠର ନୂତନ କର୍ମକର୍ତ୍ତା ଚୟନ; ପୁଣି ସଭାପତି ହେଲେ ସିଏଚ ଦୟାନନ୍ଦ, ବିମଳ ପଣ୍ଡା ସମ୍ପାଦକ

ଗଞ୍ଜାମ/ଛତ୍ରପୁର,୧୬।୯(ବିଦ୍ୟାଧର ସାହୁ/ଦିଲ୍ଲୀପି ସାମଲ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ପୂଜା କମିଟିର ନୂତନ କର୍ମକର୍ତ୍ତା ଚୟନ ଓ ମା’ଙ୍କ ଷୋଡଶଦିନାତ୍ମକ ପୂଜା ନିମନ୍ତେ…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?