ଜାତିସଂଘରେ ନିର୍ମିତ ହେବ ସ୍ମୃତି ପ୍ରାଚୀର: ଶାନ୍ତି ମିଶନର ସୈନିକମାନଙ୍କ ପାଇଁ ଉତ୍ସର୍ଗ…

ଜେନେଭା,୧୫।୬ : ମିଳିତ ଜାତିସଂଘର ସାଧାରଣ ସଭା ଭାରତ ନେଇଥିବା ପ୍ରସ୍ତାବକୁ ଗ୍ରହଣ କରିଛି। ଏହି ପ୍ରସ୍ତାବ ଅନୁଯାୟୀ ମିଳିତ ଜାତିସଂଘ ମୁଖ୍ୟାଳୟରେ ଏକ ସ୍ମୃତି ପ୍ରାଚୀର ନିର୍ମାଣ କରାଯିବ। ଏହି ସ୍ମାରକୀ କାନ୍ଥରେ ମିଳିତ ଜାତିସଂଘର ଶାନ୍ତି ରକ୍ଷା ଅଭିଯାନରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ। ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ ବୁଧବାର ଏହି ପ୍ରସ୍ତାବ ଉପସ୍ଥାପନ କରିଛନ୍ତି, ଯାହାକୁ ୧୯୦ ଦେଶ ସମର୍ଥନ କରିଥିଲେ। ପରେ ମିଳିତ ଜାତିସଂଘ ଏହି ପ୍ରସ୍ତାବକୁ ଗ୍ରହଣ କରିଥିଲା।

ମିଳିତ ଜାତିସଂଘ ଏହି ପ୍ରସ୍ତାବକୁ ଗ୍ରହଣ କରି କହିଛି ନ୍ୟୁୟର୍କର ମିଳିତ ଜାତିସଂଘ ମୁଖ୍ୟାଳୟରେ ଏକ ଉପଯୁକ୍ତ ତଥା ପ୍ରତିଷ୍ଠିତ ସ୍ଥାନରେ ମେମୋରିଆଲ ୱାଲ ନିର୍ମାଣ କରାଯିବ। ଶାନ୍ତି ମିଶନ ସମୟରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ସୈନିକମାନଙ୍କ ସମ୍ମାନାର୍ଥେ ଏହା ନିର୍ମାଣ କରାଯିବ। ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ କହିଛନ୍ତି ମିଳିତ ଜାତିସଂଘ କାହିଁକି ଶାନ୍ତି ଉପରେ ଏତେ ଗୁରୁତ୍ୱ ଦେଉଛି ଏହି ପ୍ରାଚୀର ଏହାର ପ୍ରତୀକ ହେବ। ଏଥି ସହିତ, ଏହା ବିଶ୍ୱକୁ ସେମାନଙ୍କ ନିଷ୍ପତ୍ତି ପାଇଁ ଦେଇଥିବା ମୂଲ୍ୟ ବିଷୟରେ ମନେ ପକାଇବ ।

ବାଂଲାଦେଶ, କାନାଡା, ଚାଇନା, ଡେନମାର୍କ, ଇଜିପ୍ଟ, ଫ୍ରାନ୍ସ, ଭାରତ, ଇଣ୍ଡୋନେସିଆ, ଜୋର୍ଡାନ, ନେପାଳ, ରୁୱାଣ୍ଡା ଏବଂ ଆମେରିକା ସମେତ ୧୮ ଟି ଦେଶ ଭାରତ ଏହି ପ୍ରସ୍ତାବ ସପକ୍ଷରେ ରହିଛନ୍ତି। ପ୍ରସ୍ତାବରେ କୁହାଯାଇଛି ଏହି ସ୍ମୃତି ପ୍ରାଚୀରର ନିର୍ମାଣ ତିନି ବର୍ଷ ମଧ୍ୟରେ ଶେଷ ହେବ।

ମିଳିତ ଜାତିସଂଘରେ ମେମୋରିଆଲ ୱାଲ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନକୁ ନେଇ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁସି ବ୍ୟକ୍ତ କରିଛନ୍ତି। ଏହି ପ୍ରସ୍ତାବକୁ ସମର୍ଥନ କରିଥିବାରୁ ପ୍ରଧାନମନ୍ତ୍ରୀ ମୋଦି ସମସ୍ତ ଦେଶକୁ ଧନ୍ୟବାଦ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?