ଅତୀତର ସ୍ମୃତି ସାଉଁଟି ମାଟି ମା’ ଦେଇଥିବା ପରିଚୟକୁ ପ୍ରଶଂସା

ଭଞ୍ଜନଗର,୧୯ା୫(ବାବୁଲା ପ୍ରଧାନ): ଭଞ୍ଜନଗର ବାର୍‌ ଆସୋସିଏଶନ ପାଠାଗାର ପରିସରରେ ରବିବାର ସମର୍ପିତ ସେବାର ପୁଣ୍ୟଭୂମି ଘୁମୁସର ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଲୋଚନାଚକ୍ରକୁ ଉଦ୍‌ଘାଟନ କରିବା ସହ ଘୁମୁସର ଇତିହାସ ସମ୍ପର୍କରେ କହିଥିଲେ। ଏଥିସହ ଘୁମୁସରର ଦୁଇ ଗର୍ବ ଓ ଗୌରବ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଏବଂ ଚକରା ବିଷୋୟୀଙ୍କ ସାହିତ୍ୟକୃତି ଓ ବୀରତ୍ୱର ଗାଥାର ଇତିହାସ ସମ୍ପର୍କରେ ବକ୍ତବ୍ୟ ରଖି ତାଙ୍କରି ସ୍ମୃତି ଉଦେଶ୍ୟରେ ଭଞ୍ଜନଗରରେ ଏକ ଐତିହାସିକ ପୀଠ ଭାବେ ଚକ୍ରଘାଟି ଓ ଗଣ୍ଡିଶୂଲାର ରୂପାନ୍ତରିତ କାର୍ଯ୍ୟ ସରକାରଙ୍କ ତରଫରୁ ଅଗ୍ରାଧିକାର ଭିତ୍ତିରେ ଚାଲିଥିବା କହିଥିଲେ। ପ୍ରତୀକ ସାହିତ୍ୟ ସଂସଦ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଭାପତି ରବୀନ୍ଦ୍ର ନାଥ ଦାସ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ଅବସରପ୍ରାପ୍ତ ସିଡିଏମଓ
ଡଃ ବିଜୟ କୁମାର ପଣ୍ଡାଙ୍କୁ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ଅନ୍ୟ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଡ. କମ୍ବୁପାଣି ସାମନ୍ତ, ପ୍ରଫେସର କୃତୀବାସ ବିଶ୍ୱାଳ, ଡ. ଶିବରାମ ପଣ୍ଡା ଓ ଡ. ଶ୍ୟାମା ପ୍ରସାଦ ମିଶ୍ର ଯୋଗଦେଇ ଆଲୋଚ୍ୟ ପ୍ରସଙ୍ଗ ‘ସମର୍ପିତ ସେବାରେ ପୂଣ୍ୟଭୂମି ଘୁମୁସର’ ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ। ଏହିଅବସରରେ ଡ. ବିଜୟ କୁମାର ପଣ୍ଡା ଗାଁ ମାଟିର ପରମ୍ପରା ଓ ଅତୀତର ସ୍ମୃତି ସାଉଁଟି ମା ମାଟି ଦେଇଥିବା ଆତ୍ମ ପରିଚୟକୁ ପ୍ରଶଂସା କରିଥିଲେ। ବାହାଡ଼ାପଦର ଗାୟତ୍ରୀ ପରିବାର ତରଫରୁ ଅତିଥିଙ୍କୁ ସ୍ବାଗତ କରାଯାଇଥିଲା । ଡ. ନଳିନୀପ୍ରଭା ଦାସ ସ୍ବାଗତ ଭାଷଣ ଦେଇଥିବାବେଳେ ସ୍ନେହଲତା ବିଷୋୟୀ ଓ ଡ.ଗାୟତ୍ରୀ ସାହୁ ଅତିଥିମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ପ୍ରତୀକ ସାହିତ୍ୟ ସଂସଦର ସମ୍ପାଦକ ବାଳକୃଷ୍ଣ ପଟ୍ଟନାୟକ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ସନ୍ତୋଷ ଜେନା, ଶୂଳପାଣି ଶତପଥୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। କୋଷାଧ୍ୟକ୍ଷ ଜଗବନ୍ଧୁ ଜେନା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri