ଅତୀତର ସ୍ମୃତି ସାଉଁଟି ମାଟି ମା’ ଦେଇଥିବା ପରିଚୟକୁ ପ୍ରଶଂସା

ଭଞ୍ଜନଗର,୧୯ା୫(ବାବୁଲା ପ୍ରଧାନ): ଭଞ୍ଜନଗର ବାର୍‌ ଆସୋସିଏଶନ ପାଠାଗାର ପରିସରରେ ରବିବାର ସମର୍ପିତ ସେବାର ପୁଣ୍ୟଭୂମି ଘୁମୁସର ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଲୋଚନାଚକ୍ରକୁ ଉଦ୍‌ଘାଟନ କରିବା ସହ ଘୁମୁସର ଇତିହାସ ସମ୍ପର୍କରେ କହିଥିଲେ। ଏଥିସହ ଘୁମୁସରର ଦୁଇ ଗର୍ବ ଓ ଗୌରବ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଏବଂ ଚକରା ବିଷୋୟୀଙ୍କ ସାହିତ୍ୟକୃତି ଓ ବୀରତ୍ୱର ଗାଥାର ଇତିହାସ ସମ୍ପର୍କରେ ବକ୍ତବ୍ୟ ରଖି ତାଙ୍କରି ସ୍ମୃତି ଉଦେଶ୍ୟରେ ଭଞ୍ଜନଗରରେ ଏକ ଐତିହାସିକ ପୀଠ ଭାବେ ଚକ୍ରଘାଟି ଓ ଗଣ୍ଡିଶୂଲାର ରୂପାନ୍ତରିତ କାର୍ଯ୍ୟ ସରକାରଙ୍କ ତରଫରୁ ଅଗ୍ରାଧିକାର ଭିତ୍ତିରେ ଚାଲିଥିବା କହିଥିଲେ। ପ୍ରତୀକ ସାହିତ୍ୟ ସଂସଦ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଭାପତି ରବୀନ୍ଦ୍ର ନାଥ ଦାସ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ଅବସରପ୍ରାପ୍ତ ସିଡିଏମଓ
ଡଃ ବିଜୟ କୁମାର ପଣ୍ଡାଙ୍କୁ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ଅନ୍ୟ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଡ. କମ୍ବୁପାଣି ସାମନ୍ତ, ପ୍ରଫେସର କୃତୀବାସ ବିଶ୍ୱାଳ, ଡ. ଶିବରାମ ପଣ୍ଡା ଓ ଡ. ଶ୍ୟାମା ପ୍ରସାଦ ମିଶ୍ର ଯୋଗଦେଇ ଆଲୋଚ୍ୟ ପ୍ରସଙ୍ଗ ‘ସମର୍ପିତ ସେବାରେ ପୂଣ୍ୟଭୂମି ଘୁମୁସର’ ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ। ଏହିଅବସରରେ ଡ. ବିଜୟ କୁମାର ପଣ୍ଡା ଗାଁ ମାଟିର ପରମ୍ପରା ଓ ଅତୀତର ସ୍ମୃତି ସାଉଁଟି ମା ମାଟି ଦେଇଥିବା ଆତ୍ମ ପରିଚୟକୁ ପ୍ରଶଂସା କରିଥିଲେ। ବାହାଡ଼ାପଦର ଗାୟତ୍ରୀ ପରିବାର ତରଫରୁ ଅତିଥିଙ୍କୁ ସ୍ବାଗତ କରାଯାଇଥିଲା । ଡ. ନଳିନୀପ୍ରଭା ଦାସ ସ୍ବାଗତ ଭାଷଣ ଦେଇଥିବାବେଳେ ସ୍ନେହଲତା ବିଷୋୟୀ ଓ ଡ.ଗାୟତ୍ରୀ ସାହୁ ଅତିଥିମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ପ୍ରତୀକ ସାହିତ୍ୟ ସଂସଦର ସମ୍ପାଦକ ବାଳକୃଷ୍ଣ ପଟ୍ଟନାୟକ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ସନ୍ତୋଷ ଜେନା, ଶୂଳପାଣି ଶତପଥୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। କୋଷାଧ୍ୟକ୍ଷ ଜଗବନ୍ଧୁ ଜେନା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

ଗଞ୍ଜାମରେ ଗଭୀର ଅବପାତର ପ୍ରଭାବ: NH-516A ରେ ଗଛ ପଡ଼ି ରାସ୍ତା ବନ୍ଦ

ଛତ୍ରପୁର,୨୫।୯(ଦିଲ୍ଲୀପ ସାମଲ) : ଗଭୀର ଅବପାତଜନିତ ଲଗାଣ ବର୍ଷା ପରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଠାରୁ ପବନର ବେଗ ବଢ଼ିବାରେ ଲାଗିଛି । ଏହାର…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?