ସ୍ମରଣ ଶକ୍ତି ହ୍ରାସ କରେ ଅତ୍ୟଧିକ ମିଠା

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଅନେକେ ଲୋଭର ବଶବର୍ତ୍ତୀ ହୋଇ ଅଧିକ ପରିମାଣରେ ମିଠା ଖାଇବାକୁ ପସନ୍ଦ କରିଥାଆନ୍ତି। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ ପ୍ରଭାବିତ କରିଥାଏ। ଅତ୍ୟଧିକ ମିଠା ଓ ସ୍ମରଣ ଶକ୍ତି ବିଷୟକୁ ନେଇ ହୋଇଥିବା ଗବେଷଣାରୁ ଟୋକିଓ ୟୁନିଭର୍ସିଟିର ପୁଷ୍ଟିବିଜ୍ଞାନୀମାନେ ଏ ବିଷୟରେ ଜାଣିପାରିଛନ୍ତି। ଏହି ସିଦ୍ଧାନ୍ତରେ ଉପନୀତ ହେବା ପୂର୍ବରୁ ସେମାନେ କିଛି ବ୍ୟକ୍ତିଙ୍କୁ ଗବେଷଣା ପରିସରଭୁକ୍ତ କରିଥିଲେ। ସେମାନଙ୍କୁ ଦୁଇଟି ଗ୍ରୁପରେ ବିଭକ୍ତ କରି ଗୋଟିଏ ଗ୍ରୁପ୍‌ରେ ଥିବା ବ୍ୟକ୍ତିଙ୍କୁ ସାଧାରଣ ଭାବରେ ମିଠା ଖାଇବାକୁ ଏବଂ ଅନ୍ୟ ଗ୍ରୁପ୍‌ ବ୍ୟକ୍ତିମାନଙ୍କୁ ମନଇଚ୍ଛା ମିଠା ଖାଇବାକୁ ପରାମର୍ଶ ଦେଇଥିଲେ। ଅପରପକ୍ଷରେ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ଏହାର କି ପ୍ରକାର ପ୍ରଭାବ ସେମାନଙ୍କର ସ୍ମରଣ ଶକ୍ତି ଉପରେ ପଡୁଛି ତାହାକୁ ତନ୍ନତନ୍ନ କରି ଅନୁଧ୍ୟାନ ମଧ୍ୟ କରିଥିଲେ। ଯେଉଁମାନେ ଆବଶ୍ୟକତାଠାରୁ ଅଧିକ ମିଠା ଖାଉଥିଲେ ସେମାନଙ୍କ ମଧ୍ୟରୁ ପ୍ରାୟ ୫୦ ପ୍ରତିଶତ ବ୍ୟକ୍ତିଙ୍କ ସ୍ମରଣଶକ୍ତିରେ ତାରତମ୍ୟତା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବିବାହିତ ବ୍ୟକ୍ତି ସ୍ବପ୍ନରେ ଏହି ୪ ଜିନିଷ ଦେଖିବା ଶୁଭ; ବୁଝିନିଅନ୍ତୁ ଯେ ଶୀଘ୍ର ହେବ ବିବାହ…

ମନୁଷ୍ୟ ଜୀବନରେ ବିବାହ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ। ହିନ୍ଦୁ ଧର୍ମରେ ବିବାହ ବିନା ଜୀବନ ଅସମ୍ପୂର୍ଣ୍ଣ ବୋଲି ଧରାଯାଏ। ବିଶ୍ୱାସ କରାଯାଏ ଯେ ଯଦି ଜଣେ...

ଫୋନ ଚୋରି ହୋଇଗଲେ କେମିତି ବନ୍ଦ କରିବେ ଗୁଗଲ ପେ, ଫୋନ ପେ…ଜାଣନ୍ତୁ

ଆଜିକାଲି ଭାରତରେ ଅନଲାଇନ ପେମେଣ୍ଟ ସାଧାରଣ ହୋଇଗଲାଣି। ଲୋକମାନେ ନିଜ ପାଖରେ ନଗଦ ଟଙ୍କା ରଖିବା ଅପେକ୍ଷା, ୟୁପିଆଇ ମାଧ୍ୟମରେ ଦେୟ ଦେବାକୁ ପସନ୍ଦ କରୁଛନ୍ତି।...

ନିଃଶବ୍ଦ ଘାତକ : ଉଚ୍ଚ ରକ୍ତଚାପ

ରକ୍ତଚାପ କ’ଣ : ସାଧାରଣ ଭାବରେ କହିଲେ ରକ୍ତ ସ୍ରୋତ ଦ୍ୱାରା ଧମନୀଗୁଡ଼ିକର ପାଚେରି ଉପରେ ପଡୁଥିବା ଚାପକୁ ‘ରକ୍ତଚାପ’ କହନ୍ତି। ଡାକ୍ତରୀ ଭାଷାରେ କହନ୍ତି...

ସ୍ବାସ୍ଥ୍ୟବର୍ଦ୍ଧକ କନ୍ଦମୂଳ: ଖାଇବାକୁ ଯେମିତି ସୁସ୍ବାଦୁ, ଶରୀର ପାଇଁ ସେମିତି ଉପକାରୀ

କନ୍ଦମୂଳ ଖାଇବାକୁ ଯେମିତି ସୁସ୍ବାଦୁ ଲାଗେ ସେମିତି ଶରୀର ପାଇଁ ବେଶ୍‌ ଉପକାରୀ ମଧ୍ୟ ହୋଇଥାଏ। କାରଣ ଏଥିରେ ଭରି ରହିଥାଏ ଭିଟାମିନ୍‌ ଏ, ବିଟା...

ଛୋଟ ଛୋଟ କଥାକୁ ନେଇ କଳହ ଉପୁଜୁଛି କି? ସୁଖି ଦାମ୍ପତ୍ୟ ପାଇଁ ବାସ୍ତୁଟିପ୍ସ ଜାଣିରଖନ୍ତୁ…

ବେଳେବେଳେ ଛୋଟ ଛୋଟ କଥାକୁ ନେଇ ପତ୍ନୀପତିଙ୍କ ଭିତରେ କଥା କଟାକଟି ହୋଇଥାଏ। ଏହା ସାଧାରଣ ଲାଗିଲେ ବି ଏହା ପଛରେ ମଧ୍ୟ ବାସ୍ତୁଦୋଷର କିଛିଟା...

ଆପଣବି ହୋଇ ପାରିବେ ଭାଗ୍ୟଶାଳୀ, ଘରେ ଲଗାନ୍ତୁ ଏହି ଗଛ

ଏକ ସାମଞ୍ଜସ୍ୟପୂର୍ଣ୍ଣ ଏବଂ ସମୃଦ୍ଧ ଜୀବନ୍ତ ପରିବେଶ ସୃଷ୍ଟି କରିବାର ପ୍ରୟାସରେ, ଉଦ୍ଭିଦଗୁଡିକୁ ଏକୀକୃତ କରିବା କେବଳ ଆପଣଙ୍କ ଘରର ସୌନ୍ଦର୍ଯ୍ୟ ବୃଦ୍ଧିରେ ସାହାଯ୍ୟ କରେନାହିଁ...

ପୃଥିବୀ ବାହାରେ ଡାଇନୋସର

ବିଭିନ୍ନ ଜାତିର ଜୀବମାନଙ୍କ ଭିତରୁ ସରୀସୃପ ଅନ୍ୟତମ। ସାପ, ଝିଟିପିଟି, ଏଣ୍ଡୁଅ, କଇଁଛ, ଗୋଧି ଓ କୁମ୍ଭୀର ଭଳି କାତି ରହିଥିବା ଟାଣ ଓ ଶୁଖିଲା...

ବାସ୍ତୁରେ ଶୋଇବାକୁ ନେଇ ରହିଛି ନିୟମ, ଜାଣିଲେ ଶରୀର ସହ ନିଦ୍ରା ଉପରେ ପଡ଼ିବନି କୁପ୍ରଭାବ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଶୋଇବା ସମୟରେ ମଧ୍ୟ କିଛିଟା ନିୟମ ମାନିବାକୁ ହୁଏ। ନଚେତ୍‌ ଏହାର କୁପ୍ରଭାବ ଆମର ଶରୀର ଓ ମନ ସହିତ ନିଦ୍ରା ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri