କରୋନା ଆକ୍ରାନ୍ତଙ୍କ ସ୍ମୃତିଶକ୍ତି ହ୍ରାସ ପାଉଛି, ମନରେ ସୃଷ୍ଟି ହେଉଛି ଭ୍ରମ !

ଆନାପୋଲିସ୍‌, ୨୭।୯: କରୋନା ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କଠାରେ ଏବେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଉଛି। ଏନେଇ ମେରୀଲାଣ୍ଡର ଜନ୍‌ ହପକିନ୍ସ୍‌ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। କରୋନା ଯୋଗୁ ମସ୍ତିଷ୍କ ଉପରେ ନକାରାତ୍ମକ ପ୍ରଭାବ ପଡୁଛି। ଫଳରେ ସ୍ମୃତିଶକ୍ତି ହ୍ରାସ ପାଇବା ସହିତ ମନରେ ଭ୍ରମ ସୃଷ୍ଟି ହେଉଛି। ଏହା ସହିତ ଲୋକଙ୍କ ଚାଲିଚଳଣ,  ବ୍ୟବହାର ଆଦି ମଧ୍ୟ ବଦଳି ଯାଉଛି। ହସ୍ପିଟାଲରେ ରହି ଚିକିତ୍ସିତ ହୋଇ ଘରକୁ ଫେରିଥିବା ଲୋକଙ୍କଠାରେ ଏଭଳି ସମସ୍ୟା ଅଧିକ ଦେଖିବାକୁ ମିଳୁଛି। ଏହାଯୋଗୁ ବ୍ରେନ୍‌ ଷ୍ଟ୍ରୋକ୍‌ ଏବଂ ବ୍ରେନ୍‌ ହେମରେଜ୍‌ ହେବାର ଆଶଙ୍କା ବଢୁଥିବା ରିପୋର୍ଟରେ ଦର୍ଶାଯାଇଛି। ଏଭଳି ସମସ୍ୟା ସର୍ଭେରେ ଅନ୍ତର୍ଭୁକ୍ତ କରାଯାଇଥିବା ଅଧାରୁ ଅଧିକ ଲୋକଙ୍କଠାରେ ଦେଖିବାକୁ ମିଳୁଥିବା ଜନ୍‌ ହପକିନ୍ସ୍‌ ବିଶ୍ୱବିଦ୍ୟାଳୟର ଏମ୍‌ଡ଼ି ରବର୍ଟ ସିଓ୍ବନ୍ସ୍‌ କହିଛନ୍ତି। ତେବେ ବ୍ରେନ୍‌ ଉପରେ କାହିଁକି ଏଭଳି ପ୍ରଭାବ ପଡୁଛି ସେନେଇ ଜଣାପଡ଼ି ନ ଥିବା ସେ କହିଛନ୍ତି। ସେହିପରି କରୋନା ଆକ୍ରାନ୍ତଙ୍କ କ୍ଷେତ୍ରରେ ରକ୍ତ ଜମାଟ ବାନ୍ଧିବା ସମସ୍ୟା ଅଧିକ ଦେଖାଦେଉଛି। ଏହା ଉପରେ ଅଧିକ ଗବେଷଣା ଜାରି ରହିଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri