ପାରାଦୀପରୁ କେନ୍ଦୁଝର ପର୍ଯ୍ୟନ୍ତ ମେମୁ ଟ୍ରେନ

କେନ୍ଦ୍ରାପଡ଼ା ଅଫିସ,୭ା୧୦: ୨୦୨୦ ଜୁଲାଇରୁ ରେଳ ବିହୀନ ଜିଲାରୁ କେନ୍ଦ୍ରାପଡ଼ା ବାଦ ପଡିଛି। ସେହିବର୍ଷ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏବେ ଦୈନିକ ୩୦ ପାଖାପାଖି ମାଲବାହୀ ଟ୍ରେନ ଗଡୁଛି। ହେଲେ ଯାତ୍ରୀବାହୀ ଟ୍ରେନ ଅଦ୍ୟାବଧି ଚଳାଚଳ କରିପାରିନାହିଁ। ଏହାକୁ ନେଇ ପଟ୍ଟାମୁଣ୍ଡାଇ ବ୍ଲକ ଦେଉଳି ଗଁାର ଗୌତମ ବେହେରା ସେପ୍ଟେମ୍ବର ୨୪ରେ ଯାତ୍ରୀବାହୀ ଟ୍ରେନ ଚଳାଚଳ ଦାବି କରି ପୂର୍ବତଟ ରେଳ କର୍ତ୍ତୃପକ୍ଷଙ୍କୁ ଉତ୍କଳମଣି ଯୁବକ ସଂଘ ପକ୍ଷରୁ ଚିଠି ଲେଖିଥିଲେ। ଏ ସମ୍ପର୍କରେ ଗତ ୩ ତାରିଖରେ ଡେପୁଟି ଚିଫ ଅପରେଶନ୍ସ ମ୍ୟାନେଜର ଡି. ଆର. ପାଉଲଙ୍କଠାରୁ ମିଳିଥିବା ଚିଠି (୯୫/ ୨୨) ସ୍ଥାନୀୟ ଅଞ୍ଚଳରେ ଆଶାର କିରଣ ସଞ୍ଚାର କରିଛି। ପାରାଦୀପଠାରୁ ଭାୟ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ପର୍ଯ୍ୟନ୍ତ ଏକ ମେମୁ ଟ୍ରେନ ଚଳାଚଳ ପାଇଁ ପ୍ରକ୍ରିୟା ଜାରି ରହିଥିବା ଏଥିରେ ଦର୍ଶାଯାଇଛି। ତେବେ ଏଥିପାଇଁ ଭିତ୍ତିଭୂମିର ଅଭାବ ଓ ନିରାପତ୍ତା ଆୟୁକ୍ତଙ୍କ ତଦାରଖ ଆବଶ୍ୟକ ଥିବା ସୂଚନା ମିଳିଛି।
ଏ ସମ୍ପର୍କରେ ଗୌତମ କହିଛନ୍ତି, ହରିଦାସପୁର ପାରାଦୀପ ନୂଆ ବ୍ରଡଗେଜ ଲାଇନରେ ଭାୟା କେନ୍ଦ୍ରପଡ଼ା ଜିଲା ମଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରେ ପ୍ରଥମ ପଣ୍ୟବାହୀ ରେଳ ଗଡିଥିଲା। ଏହାକୁ ଇତିମଧ୍ୟରେ ପ୍ରାୟ ଅଢ଼େଇ ବର୍ଷ ହୋଇଛି। ଅଦ୍ୟାବଧି ଯାତ୍ରୀବାହୀ ରେଳ ଗଡିନାହିଁ। ୧୯୯୬- ୯୭ ଆର୍ଥିକ ବର୍ଷରେ ଏହି ରେଳ ଲାଇନ ପାଇଁ ପ୍ରସ୍ତାବ ଆଗତ ହୋଇଥିଲା। ଦୀର୍ଘଦିନ ଧରି ଏହି ପ୍ରକଳ୍ପ ପଡିରହିବା ପରେ ରେଳପଥ ସମ୍ପୂର୍ଣ୍ଣ ନିର୍ମାଣ ହୋଇଛି। ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ବାରମ୍ବାର ଦାବି ହେଉଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏଥିପାଇଁ ରେଳ କର୍ତ୍ତୃପକ୍ଷଙ୍କୁ ଏ ସମ୍ପର୍କରେ ଯୁବକ ସଂଘ ପକ୍ଷରୁ ଦାବିପତ୍ର ଦିଆଯାଇଥିଲା। ଖୁବ୍‌ଶୀଘ୍ର ଭିତ୍ତିଭୂମି ତଦାରଖ ପରେ ମେମୁ ଟ୍ରେନ ଚଳାଚଳ କରିବ ନେଇ ଜିଲାବାସୀ ଆଶାବାଦୀ ଅଛନ୍ତି। ଏ ନେଇ କଂଗ୍ରେସ ନେତା ସୌମେନ୍ଦ୍ର ପୃଷ୍ଟି କହିଛନ୍ତି, ୨୦୨୧ରେ ଜିଲା କଂଗ୍ରେସ ପକ୍ଷରୁ ରେଳମନ୍ତ୍ରୀ, ରାଜ୍ୟପାଳଙ୍କୁ ଏ ସମ୍ପର୍କରେ ଦାବିପତ୍ର ଦିଆଯାଇଥିଲା। ଏଥିସହ ନଭେମ୍ବର ୯ରେ ରେଳରୋକୋ ହୋଇଥିଲା। ୨୦୨୦ରେ କରୋନା ସଂକ୍ରମଣ ଆରମ୍ଭ ପରେ କେନ୍ଦ୍ରାପଡ଼ା ଜିଲାକୁ ପ୍ରାୟ ୩ ଲକ୍ଷ ପ୍ରବାସୀ ଫେରିଥିଲେ। ସେମାନଙ୍କ ଯାତ୍ରା ପଥର କଷ୍ଟ ସମ୍ପର୍କରେ ଗଣମାଧ୍ୟମରେ ବହୁଳ ଭାବେ ପ୍ରସାରିତ ହୋଇଛି। ଜିଲାରୁ ଏତେ ସଂଖ୍ୟକ କର୍ମଜୀବୀ ବାହାରକୁ ଯାଉଥିବା ବେଳେ ଜିଲାରୁ ଯାତ୍ରାବାହୀ ରେଳ ଚଢ଼ିବା ଅଦ୍ୟାବଧି ସମ୍ଭବ ହୋଇନାହିଁ। ଜିଲାର କର୍ମଜୀବୀ ରେଳରେ ଚଢ଼ି ବାହାରକୁ ଯିବାକୁ ହେଲେ ନିକଟସ୍ଥ ପାରାଦୀପ, କଟକ ଅଥବା ହରିଦାସପୁର ରେଳ ଷ୍ଟେଶନକୁ ଯିବାକୁ ପଡୁଛି। ତୁରନ୍ତ କେନ୍ଦ୍ରାପଡ଼ା ଜିଲାରେ ରେଳ ଚଳାଚଳ ପାଇଁ ଦାବି କରାଯାଉଥିବା ମତ ଦେଇଛନ୍ତି। ସାମାଜିକ କର୍ମୀ ନିହାର ରଞ୍ଜନ ପ୍ରଧାନ କହିଛନ୍ତି, ଯାତ୍ରୀବାହୀ ରେଳ ଚଳାଚଳ ପାଇଁ କେନ୍ଦ୍ରାପଡ଼ାବାସୀ ଅପେକ୍ଷା କରିଛନ୍ତି। ଓଡ଼ିଶାରୁ ଏମ୍‌ପି ହୋଇ ଯାଇଥିବା ଅଶ୍ୱନୀ ବୈଷ୍ଣବ କେନ୍ଦ୍ର ରେଳମନ୍ତ୍ରୀ ପଦବୀ ମିଳିବା ପରେ ଏହି ଦାବିକୁ ତୀବ୍ର କରାଯାଇଛି। ଯାତ୍ରୀବାହୀ ରେଳ ଚଳାଚଳ ଫଳରେ କେନ୍ଦ୍ରାପଡ଼ାବାସୀ ଯାତାୟତ ସମସ୍ୟାର ସମାଧାନ ହେବା ସହ ଶିଳ୍ପ ପ୍ରତିଷ୍ଠା କ୍ଷେତ୍ରରେ ସୁଯୋଗ ମିଳିପାରିବ। ଏ ସମ୍ପର୍କରେ ପୂର୍ବତଟ ରେଳପଥର ପିଆରଓ ନିରାକାର ଦାସ କହିଛନ୍ତି, ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ସମସ୍ତ ପ୍ରସ୍ତୁତି ସରିନାହିଁ। ଷ୍ଟେଶନ ଓ ସିଗନାଲ ସିଷ୍ଟମକୁ ଭଲ ଭାବେ ପରୀକ୍ଷା ପରେ ଟ୍ରେନ ଚଳାଚଳ ସମ୍ଭବ ହୋଇପାରିବ ବୋଲି ପିଆରଓ ଦାସ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ଲାଗିଲା ନିଆଁ: ଡ୍ରାଇଭରଙ୍କ ଉପସ୍ଥିତି ବୁଦ୍ଧି ପାଇଁ ରକ୍ଷା ପାଇଲେ ଯାତ୍ରୀ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri