ପୌରାଧ୍ୟକ୍ଷ ପଦ ମହିଳା ସଂରକ୍ଷଣକୁ ବିରୋଧ

ପୁରୀ ଅଫିସ,୧୬।୧: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଗୁଲ ବାଜିବା ପରେ ଶନିବାର ରାଜ୍ୟର ସମସ୍ତ ପୌରପାଳିକାର ଅଧ୍ୟକ୍ଷ ଆସନ ସଂରକ୍ଷଣ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ ପୁରୀ ପୌରପାଳିକାର ଅଧ୍ୟକ୍ଷ ପଦବୀ ମହିଳାଙ୍କ ନିମନ୍ତେ ସଂରକ୍ଷଣ ରହିଛି। ଯାହାକୁ ନେଇ ପୁରୀରେ ବିଭିନ୍ନ ରାଜନୈତିକ ମହଲରେ ମିଶ୍ରିତ ପ୍ରତିକ୍ରିୟା ଦେଖିବାକୁ ମିଳିଛି। ବିଶେଷ କରି ବହୁଦିନରୁ ଚେୟାରମ୍ୟାନ ନିମନ୍ତେ ଆଶାୟୀ ଥିବା ପୁରୁଷ ପ୍ରାର୍ଥୀମାନେ ସରକାରଙ୍କ ଏପରି ନିଷ୍ପତ୍ତିକୁ ବିରୋଧ କରିବା ସହ ପ୍ରତ୍ୟାହର ଦାବି କରିଛନ୍ତି।

ପୁରୀ ପୌରସଂସ୍ଥାର ଅଧ୍ୟକ୍ଷ ପଦ ମହିଳା ସଂରକ୍ଷଣକୁ ନେଇ ପୁରୀ ଏମ୍‌ପିଙ୍କ ପ୍ରତିନିଧି ଘନଶ୍ୟାମ ମର୍ଦ୍ଦରାଜ ବିରୋଧ କରି କହିଛନ୍ତି, ପୁରୀ ଦେଶର ଏକ ପ୍ରମୁଖ ସ୍ଥଳ। ଚାରି ଧାମ ମଧ୍ୟରେ ଅନ୍ୟତମ। ସରକାର ପୁରୀର ଉନ୍ନତି ପାଇଁ ସର୍ବଦା ଚେଷ୍ଟା କରି ଆସୁଛନ୍ତି। ତେଣୁ ପୁରୀ ପୌରସଂସ୍ଥାର ଅଧ୍ୟକ୍ଷ ପଦ ମହିଳାଙ୍କ ପାଇଁ ସଂରକ୍ଷଣ କରିବା ପରିବର୍ତ୍ତେ ସାଧାରଣଙ୍କ ନିମନ୍ତେ କରାଗଲେ ପୁରୀର ଅନେକ ଉନ୍ନତି ହୋଇପାରିବ। ଏହି ନିଷ୍ପତ୍ତି ବିରୋଧରେ ସରକାରଙ୍କୁ ଆପତ୍ତି ଜଣାଇବେ ବୋଲି ସୂଚନା ଦେଇଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତିକୁ ଜିଲା ବିଜେଡି ମହିଳା ସଭାନେତ୍ରୀ ତଥା ପୁରୀ ପୌରପାଳିକାର ପୂର୍ବତନ ଚେୟାରମ୍ୟାନ ଶାନ୍ତିଲତା ପ୍ରଧାନ ସ୍ବାଗତ କରିଛନ୍ତି। ମୁଖ୍ୟମନ୍ତ୍ରୀ ସର୍ବଦା ମହିଳାଙ୍କୁ ଗୁରୁତ୍ୱ ଦେଇ ଆସୁଛନ୍ତି। ତେଣୁ ପୁରୀର ଉନ୍ନତି ପାଇଁ ପୁନର୍ବାର ମହିଳାଙ୍କ ଉପରେ ଆସ୍ଥାପ୍ରକଟ କରିଥିବାରୁ କୃତଜ୍ଞତା ଜଣାଉଛି। ଭାଜପା ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଜ୍ୟୋତି ମହାପାତ୍ର ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। କେନ୍ଦ୍ର ଏବଂ ରାଜ୍ୟ ସରକାର ମହିଳାଙ୍କୁ ଆଗ୍ରାଧିକାର ଦେଉଛନ୍ତି। ପ୍ରଦେଶ କଂଗ୍ରେସର ମୁଖପାତ୍ର ବିନାୟକ ଦାସ ମହାପାତ୍ର ବିରୋଧ କରି କହିଛନ୍ତି ଏ ନେଇ ଦଳ ପକ୍ଷରୁ ଜିଲାପାଳଙ୍କୁ ଭେଟି ଆପତ୍ତି ଜଣାଇବ। ପୁରୀରେ ଅନେକ ସମସ୍ୟା ରହିଛ, ତେଣୁ ଏଠାରେ ମହିଳାଙ୍କୁ ଚେୟାରମ୍ୟାନ କରା ନ ଯାଇ ପୁରୁଷଙ୍କୁ ଅଗ୍ରାଧିକାର ଦେବା ଆବଶ୍ୟକ। ମାତ୍ର ସରକାର ପଞ୍ଚାୟତ ନିର୍ବାଚନ ଭଳି ନିଜ ସ୍ବାର୍ଥ ରଖି ଏପରି ସଂରକ୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri