ପୌରାଧ୍ୟକ୍ଷ ପଦ ମହିଳା ସଂରକ୍ଷଣକୁ ବିରୋଧ

ପୁରୀ ଅଫିସ,୧୬।୧: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଗୁଲ ବାଜିବା ପରେ ଶନିବାର ରାଜ୍ୟର ସମସ୍ତ ପୌରପାଳିକାର ଅଧ୍ୟକ୍ଷ ଆସନ ସଂରକ୍ଷଣ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ ପୁରୀ ପୌରପାଳିକାର ଅଧ୍ୟକ୍ଷ ପଦବୀ ମହିଳାଙ୍କ ନିମନ୍ତେ ସଂରକ୍ଷଣ ରହିଛି। ଯାହାକୁ ନେଇ ପୁରୀରେ ବିଭିନ୍ନ ରାଜନୈତିକ ମହଲରେ ମିଶ୍ରିତ ପ୍ରତିକ୍ରିୟା ଦେଖିବାକୁ ମିଳିଛି। ବିଶେଷ କରି ବହୁଦିନରୁ ଚେୟାରମ୍ୟାନ ନିମନ୍ତେ ଆଶାୟୀ ଥିବା ପୁରୁଷ ପ୍ରାର୍ଥୀମାନେ ସରକାରଙ୍କ ଏପରି ନିଷ୍ପତ୍ତିକୁ ବିରୋଧ କରିବା ସହ ପ୍ରତ୍ୟାହର ଦାବି କରିଛନ୍ତି।

ପୁରୀ ପୌରସଂସ୍ଥାର ଅଧ୍ୟକ୍ଷ ପଦ ମହିଳା ସଂରକ୍ଷଣକୁ ନେଇ ପୁରୀ ଏମ୍‌ପିଙ୍କ ପ୍ରତିନିଧି ଘନଶ୍ୟାମ ମର୍ଦ୍ଦରାଜ ବିରୋଧ କରି କହିଛନ୍ତି, ପୁରୀ ଦେଶର ଏକ ପ୍ରମୁଖ ସ୍ଥଳ। ଚାରି ଧାମ ମଧ୍ୟରେ ଅନ୍ୟତମ। ସରକାର ପୁରୀର ଉନ୍ନତି ପାଇଁ ସର୍ବଦା ଚେଷ୍ଟା କରି ଆସୁଛନ୍ତି। ତେଣୁ ପୁରୀ ପୌରସଂସ୍ଥାର ଅଧ୍ୟକ୍ଷ ପଦ ମହିଳାଙ୍କ ପାଇଁ ସଂରକ୍ଷଣ କରିବା ପରିବର୍ତ୍ତେ ସାଧାରଣଙ୍କ ନିମନ୍ତେ କରାଗଲେ ପୁରୀର ଅନେକ ଉନ୍ନତି ହୋଇପାରିବ। ଏହି ନିଷ୍ପତ୍ତି ବିରୋଧରେ ସରକାରଙ୍କୁ ଆପତ୍ତି ଜଣାଇବେ ବୋଲି ସୂଚନା ଦେଇଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତିକୁ ଜିଲା ବିଜେଡି ମହିଳା ସଭାନେତ୍ରୀ ତଥା ପୁରୀ ପୌରପାଳିକାର ପୂର୍ବତନ ଚେୟାରମ୍ୟାନ ଶାନ୍ତିଲତା ପ୍ରଧାନ ସ୍ବାଗତ କରିଛନ୍ତି। ମୁଖ୍ୟମନ୍ତ୍ରୀ ସର୍ବଦା ମହିଳାଙ୍କୁ ଗୁରୁତ୍ୱ ଦେଇ ଆସୁଛନ୍ତି। ତେଣୁ ପୁରୀର ଉନ୍ନତି ପାଇଁ ପୁନର୍ବାର ମହିଳାଙ୍କ ଉପରେ ଆସ୍ଥାପ୍ରକଟ କରିଥିବାରୁ କୃତଜ୍ଞତା ଜଣାଉଛି। ଭାଜପା ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଜ୍ୟୋତି ମହାପାତ୍ର ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। କେନ୍ଦ୍ର ଏବଂ ରାଜ୍ୟ ସରକାର ମହିଳାଙ୍କୁ ଆଗ୍ରାଧିକାର ଦେଉଛନ୍ତି। ପ୍ରଦେଶ କଂଗ୍ରେସର ମୁଖପାତ୍ର ବିନାୟକ ଦାସ ମହାପାତ୍ର ବିରୋଧ କରି କହିଛନ୍ତି ଏ ନେଇ ଦଳ ପକ୍ଷରୁ ଜିଲାପାଳଙ୍କୁ ଭେଟି ଆପତ୍ତି ଜଣାଇବ। ପୁରୀରେ ଅନେକ ସମସ୍ୟା ରହିଛ, ତେଣୁ ଏଠାରେ ମହିଳାଙ୍କୁ ଚେୟାରମ୍ୟାନ କରା ନ ଯାଇ ପୁରୁଷଙ୍କୁ ଅଗ୍ରାଧିକାର ଦେବା ଆବଶ୍ୟକ। ମାତ୍ର ସରକାର ପଞ୍ଚାୟତ ନିର୍ବାଚନ ଭଳି ନିଜ ସ୍ବାର୍ଥ ରଖି ଏପରି ସଂରକ୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri