ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୧୦ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ରୋଗୀଙ୍କୁ ଆର୍ଥିକ ସହାୟତା ଘୋଷଣା କରାଯାଇଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସରୁମୁହିଁ ମୌଜାର ନଟବର ରାଉତଙ୍କ ସ୍ତ୍ରୀ ମେନକା ରାଉତ (୬୫) ୨ ସପ୍ତାହ ପୂର୍ବେ ମସ୍ତିଷ୍କ ଆଘାତରେ ଗୁରୁତର ଅବସ୍ଥାରେ କଟକ ବଡ଼ଡ଼ାକ୍ତରଖାନା ପ୍ରଥମ ଫ୍ଲୋର ଆଇସିୟୁ ବେଡ୍‌ ନମ୍ବର ୧୪ ରେ ଚିକିତ୍ସିତ ହେଉଥିଲେ ବୋଲି ତାଙ୍କ ବଡ ପୁଅ ଈଶ୍ୱର ରାଉତ କହିଛନ୍ତି। ରବିବାର ରାତି ୨ଟା ୩୦ରେ ୱାର୍ଡ ବାହାରେ ବିଶ୍ରାମ ନେଇଥିଲୁ। ସେହି ସମୟରେ ଦାୟିତ୍ୱରେ ଥିବା ନର୍ସ କହିଲେ ୬ ନମ୍ବର ବେଡ୍‌ ୱାର୍ଡରେ ନିଆଁ ଲାଗିଯାଇଛି। ଆମେ ବ୍ୟସ୍ତ ହୋଇ ୱାର୍ଡକୁ ଯିବା ପାଇଁ ଉଦ୍ୟମ କରିଥିଲେ ମଧ୍ୟ ସିକ୍ୟୁରିଟି ଗାର୍ଡ ଛାଡ଼ିଲେ ନାହିଁ। ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ ମଧ୍ୟ ପାଣି ବାହାରୁ ସ୍ପ୍ରେ କରାଯାଇଥିଲା। ହେଲେ ପାଣି ଭିତରକୁ ଯାଇ ପାରି ନ ଥିଲା। ଫଳରେ ନିମିଷକ ମଧ୍ୟରେ ନିଆଁ ଉପର ଝରକା ଦେଇ ପ୍ରବଳ ଧୂଅଁା ଯୋଗୁ ଉଦ୍ଧାରକାରୀ ଦଳ ପହଞ୍ଚିବା ସମ୍ଭବ ହେଲା ନାହିଁ। ୧୩ ନମ୍ବର ବେଡ୍‌ ରୋଗୀଙ୍କ ସମ୍ପର୍କୀୟ ବୟସ୍କ ବୃଦ୍ଧ ଆମକୁ କହିଲେ, ଉକ୍ତ ୱାର୍ଡ ସମ୍ପୂର୍ଣ୍ଣ ଜଳିଯାଇଛି। ପରେ ଦେଖିଲା ବେଳକୁ ୱାର୍ଡ ରୋଗୀଙ୍କୁ ଚିହ୍ନିବା ସମସ୍ୟା ହେଲା। ପରେ ଚିହ୍ନଟ କରାଯାଇ ରୋଗୀଙ୍କୁ ମେଡିକାଲ କର୍ତ୍ତୃପକ୍ଷ ହସ୍ତାନ୍ତର କରିଥିଲେ। ମହାପ୍ରୟାଣ ଗାଡ଼ିରେ ମୃତକଙ୍କୁ ଗ୍ରାମକୁ ପଠାଇବା ପାଇଁ ମେଡିକାଲ ତରଫରୁ ବ୍ୟବସ୍ଥା କରିଥିଲେ। ସଂସ୍କାର ପାଇଁ ମେଡିକାଲ ତରଫରୁ ୨୦ ହଜାର ଟଙ୍କା ପ୍ରଦାନ କରିଥିଲେ ବୋଲି ବଡପୁଅ ଈଶ୍ୱର କହିଛନ୍ତି। ଖବର ପାଇ ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ରୋଗୀ ସମ୍ପର୍କୀୟମାନଙ୍କୁ ଭେଟି ଦୁଃଖ ପ୍ରକାଶ କରିଥିଲେ। ସରକାରୀ ସହାୟତା ଯୋଗାଇଦେବା ପାଇଁ କହିଛନ୍ତି। ଖବର ପାଇ ମହାକାଳପଡ଼ା ପୋଲିସ ଟିମ୍‌ ମହାପ୍ରୟାଣ ଗାଡ଼ି ପହଞ୍ଚିବା ପୂର୍ବରୁ ଏହି ଗ୍ରାମରେ ଉପସ୍ଥିତ ଥିଲେ। ଖବର ପାଇ ରାମଚଣ୍ଡୀ ଆଞ୍ଚଳିକ ସେନା ଆବାହକ ଲକ୍ଷ୍ମୀକାନ୍ତ ସ୍ବାଇଁ, ବହୁ ସାମାଜିକ କର୍ମୀ ବୁଦ୍ଧିଜୀବୀ ଓ ବିଭିନ୍ନ ରାଜନୈତିକ ନେତୃମଣ୍ଡଳୀ ପହଞ୍ଚି ଦୁଃଖ ପ୍ରକାଶ କରିବା ସହ ସମବେଦନା ଜଣାଇଥିଲେ। ମହାକାଳପଡ଼ା ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ ମେନକାଙ୍କ ମୃତ୍ୟୁ ଖବର ପାଇ ପରିବାର ସମ୍ପର୍କକୀୟଙ୍କ ସହିତ କଥା ହୋଇ ଦୁଃଖ ପ୍ରକାଶ କରିବା ସହ ସମବେଦନା ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?