‘ଶିଶୁର ଲାଳନପାଳନରେ ପୁରୁଷଙ୍କ ସହଭାଗିତା ଲୋଡ଼ା’

ଭଞ୍ଜନଗର,୧୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ଅଷ୍ଟମ ରାଷ୍ଟ୍ରୀୟ ପୋଷଣ ମାସ ପାଳିତ ହୋଇଯାଇଛି। ଏଥିରେ ସିଡିପିଓ ମିଲୀମା କୁମାରୀ ପଣ୍ଡା ଅଧ୍ୟକ୍ଷତା କରିଥିଲେ।
ବିଡିଓ ଭାରତୀ ଦେବୀ ମୁଖ୍ୟ ଅତିଥି ଏବଂ ତହସିଲଦାର ଅଭୀପ୍‌ସା ପଟ୍ଟନାୟକ, ଏବିଇଓ ଚରଣ ବେହେରା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ମଦନ ରଥ, କାଳଞ୍ଜି କୂଳ ସଭାପତି ବିଭୂତି ଜେନା, ଏନ୍‌ଏସି ଉପାଧ୍ୟକ୍ଷା, ଅଧ୍ୟାପକ ହରିଶ କୁମାର, ବିଦେଶୀ ରାଉତ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଅଷ୍ଟମ ବ୍ଲକସ୍ତରୀୟ ରାଷ୍ଟ୍ରୀୟ ପୋଷଣ ମାସ ପାଳନ ଅବସରରେ ମେଦବହୁଳତାର କାରଣ ଓ ତାହାର ପ୍ରତିକାର, ମା’ ଓ ଶିଶୁ ଖାଦ୍ୟ ଏବଂ ଶିଶୁର ଲାଳନପାଳନରେ ପୁରୁଷଙ୍କ ସହଭାଗିତା ଉପରେ ଆଲୋଚନା ହୋଇଥିଲା। ମସଲା ଖାଦ୍ୟ, ବ୍ୟାୟାମ ନ କରିବା, ରୋଷେଇ ଖାଦ୍ୟରେ ଅତ୍ୟଧିକ ତେଲ ବ୍ୟବହାର, ଚାପ ପ୍ରମୁଖ କାରଣ ଯୋଗୁ ମେଦ ବହୁଳତା ବଢୁଛି। ଏଥିପାଇଁ ସଚେତନତା ଲୋଡ଼ା। ଏଥିସହ ସୁଷମ ଖାଦ୍ୟ ଖାଇବାକୁ ପଡ଼ିବ। ମେଦବହୁଳତା ଯୋଗୁ ଅନେକ ରୋଗ ହେଉଛି। ଲୋକେ ସଚେତନ ହେଲେ ଏହାକୁ ରୋକା ଯାଇପାରିବ। ଗର୍ଭବତୀ, ପ୍ରସୂତି ଏବଂ ଶିଶୁମାନଙ୍କ ମଧ୍ୟ ଯତ୍ନ ନେବା ଉପରେ ଆଲୋଚନା ହୋଇଥିଲା।

ସେହିଭଳି ମଙ୍ଗଳବାର ବ୍ଲକ ସମ୍ମିଳନୀ କକ୍ଷରେ ଜନ୍ମରୁ ୬ ବର୍ଷ ପର୍ଯ୍ୟନ୍ତ ଅସମର୍ଥ ଶିଶୁ (ଦିବ୍ୟାଙ୍ଗ)ମାନଙ୍କ ସର୍ବେକ୍ଷଣ ଉଦ୍ଦେଶ୍ୟରେ ଆୟୋଜିତ ଅଙ୍ଗନଓ୍ବାଡି କାର୍ଯ୍ୟକର୍ତ୍ତା ଶିକ୍ଷାଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୧୬ ତାରିଖରେ ଅଙ୍ଗନଓ୍ବାଡ଼ି କର୍ମୀମାନେ ଘରକୁ ଘର ବୁଲି ସମୀକ୍ଷା କରିବେ। ଏହାପରେ ସେମାନଙ୍କ ନାମକୁ ଅନ୍‌ଲାଇନରେ ଯୋଡ଼ିବେ। ସିଡିପିଓ ମିଲିମା କୁମାରୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ବିଡିଓ ଭାରତୀ ଦେବୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମସ୍ତ ଦିବ୍ୟାଙ୍ଗ ଶିଶୁଙ୍କ ନାମ ସଂଗ୍ରହ କରି ଅନଲାଇନରେ ଅପ୍‌ଲୋଡ୍‌ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଆସନ୍ତା ୨୮ ତାରିଖରେ ସ୍ଥାନୀୟ ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ ପରିସରରେ ଦିବ୍ୟାଙ୍ଗ ମେଳା ହେବ। ଏଥିରେ ଡାକ୍ତରମାନେ ଯୋଗଦେଇ ଦିବ୍ୟାଙ୍ଗ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବେ। ଏଥିସହ ଉକ୍ତ ଦିନ ଦିବ୍ୟାଙ୍ଗମାନଙ୍କୁ ବିଭିନ୍ନ ଉପକରଣ ପ୍ରଦାନ କରାଯିବ। ତେଣୁ ସରକାରଙ୍କ ଯୋଜନାର ସୁଫଳ ସମସ୍ତ ଦିବ୍ୟାଙ୍ଗ କିଭଳି ପାଇବେ ସେଥିପ୍ରତି ସମସ୍ତେ ଦୃଷ୍ଟି ଦେବାକୁ ବିଡିିଓ ଭାରତୀ ଦେବୀ କହିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସନୋଜ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?