Posted inଖେଳ

ପୁରୁଷ ସିଙ୍ଗଲ୍ସ: ଜୋକୋଭିଚ୍‌- କାରାସେଭ ସେମିଫାଇନାଲ

ମେଲବୋର୍ନ,୧୭।୨(ଏପି): ଅଷ୍ଟ୍ରେଲିଆନ ଓପନ ପୁରୁଷ ସିଙ୍ଗଲ୍ସର ପ୍ରଥମ ସେମିଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଏଥିରେ ଟପ୍‌ ସିଡ୍‌ ସର୍ବିୟାର ଅଭିଜ୍ଞ ଖେଳାଳି ନୋଭାକ ଜୋକୋଭିଚ୍‌ ଓ ରୁଷିଆର କ୍ୱାଲିଫାୟର ତଥା ବିଶ୍ୱର ୧୧୪ ନମ୍ବର ଖେଳାଳି ଅସଲାନ କାରାସେଭ ପରସ୍ପରକୁ ଭେଟିବେ। ଟେନିସର ପ୍ରଫେଶନାଲ ଏରାରେ ୨୭ ବର୍ଷୀୟ କାରାସେଭ ପ୍ରଥମ ଖେଳାଳି ଭାବେ ପଦାର୍ପଣରେ କୌଣସି ଗ୍ରାଣ୍ଡସ୍ଲାମ ସେମିଫାଇନାଲ ଖେଳିବାକୁ ଯୋଗ୍ୟତା ହାସଲ କରିଛନ୍ତି। ୯ଥର ପ୍ରୟାସ କରିବା ପରେ ଗତ ମାସରେ ସେ ପ୍ରଥମଥର ପାଇଁ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିବାକୁ ଯୋଗ୍ୟତା ହାସଲ କରିଥିଲେ। ଏବେ ମେଲବୋର୍ନ ପାର୍କରେ ୫ଟି ମ୍ୟାଚ୍‌ ଜିତିଛନ୍ତି। ଏହି କ୍ରମରେ ସେ ୩ଜଣ ସିଡେଡ ଖେଳାଳିଙ୍କୁ ହରାଇଛନ୍ତି। ମଙ୍ଗଳବାର କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ସେ ବୁଲଗେରିଆର ୧୮ତମ ସିଡ୍‌ ଖେଳାଳି ଗ୍ରିଗର ଡିମିଟ୍ରୋଭଙ୍କୁ ୬-୨, ୪-୬, ୧-୬, ୨-୬ ସେଟ୍‌ରେ ହରାଇ ସେମିକୁ ଉଠିଛନ୍ତି। ଏହାପୂର୍ବରୁ ସେ ୮ ନମ୍ବର ଖେଳାଳି ଡିଏଗୋ ସ୍ବାର୍ଜମ୍ୟାନ ଓ ୨୦ ନମ୍ବର ଖେଳାଳି ଫେଲିକ୍ସ ଅଗେର- ଆଲିଆଜିମଙ୍କୁ ହରାଇଥିଲେ। ପ୍ୟାଟ୍ରିକ ମ୍ୟାକଏନ୍‌ରୋଙ୍କ ପରେ କାରାସେଭ ସର୍ବନିମ୍ନ ର଼୍ୟାଙ୍କର ଖେଳାଳି ଭାବେ ଅଷ୍ଟ୍ରେଲିଆନ୍‌ ଓପନ ସେମିକୁ ଉଠିଛନ୍ତି।
ସେହିପରି ଅନ୍ୟଏକ କ୍ୱାର୍ଟର ଫାଇନାଲରେ ୮ଥର ଅଷ୍ଟ୍ରେଲିଆନ ଓପନ ଟାଇଟଲ ହାସଲ କରିଥିବା ଜୋକୋଭିଚ୍‌ ଷଷ୍ଠ ସିଡ୍‌ ରୁଷିଆର ଆଲେକଜାଣ୍ଡର ଜେଭେରେଭଙ୍କୁ ୭-୭, ୬-୨, ୬-୪, ୭-୬ ସେଟ୍‌ରେ ହରାଇ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଡିଫେଣ୍ଡିଂ ଚାମ୍ପିୟନ ଜୋକୋଭିଚ୍‌ଙ୍କୁ ମଙ୍ଗଳବାର ଏହି ମ୍ୟାଚ ଜିତିବାକୁ ବେଶ୍‌ ପରିଶ୍ରମ କରିବାକୁ ପଡିଥିଲା। ଏଥିସହ ୩୩ ବର୍ଷୀୟ ଜୋକୋଭିଚ୍‌ କ୍ୟାରିୟରର ୩୯ତମ ଗ୍ରାଣ୍ଡସ୍ଲାମ ସେମିଫାଇନାଲରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri