Posted inଜାତୀୟ

ପୁରୁଷ ଦର୍ଜି ନେଲେ ମହିଳା ପୋଲିସଙ୍କ ପୋଷାକ ମାପ, ମହିଳା ଆୟୋଗର ଆପତ୍ତି…

ହାଇଦ୍ରାବାଦ୍‌, ୮।୨ : ଆନ୍ଧ୍ରପ୍ରଦେଶରେ ପୁରୁଷ ଦର୍ଜି ମହିଳା ପୋଲିସଙ୍କ ପୋଷାକ ମାପ ନେବା ମାମଲା ସାମ୍ନାକୁ ଆସିଛି। ଇତିମଧ୍ୟରେ ଏହା ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି କାରଣରୁ ଶାସକ ଦଳ ବିରୋଧି ଏବଂ ଆନ୍ଧ୍ରପ୍ରଦେଶ ରାଜ୍ୟ ମହିଳା ଆୟୋଗରେ ଉତ୍ତେଜନା ଦେଖାଦେଇଛି। ଏହି ଘଟଣାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ହୋଇଛି।

ମାପ ନେଇଥିବା ହେଡ କନଷ୍ଟେବଳଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ଏ ବାବଦରେ ଏସପିଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି ରାଜ୍ୟ ମହିଳା ଆୟୋଗ। ଏକ ସରକାରୀ ପ୍ରକାଶନରେ କୁହାଯାଇଛି ଯେ ଏସପି ଆୟୋଗର ଚେୟାରମ୍ୟାନ୍‌ଙ୍କୁ ଏପରି ଘଟଣା ଯେପରି ପୁନରାବୃତ୍ତି ନ ହେବ ସେ ନେଇ ଆଶ୍ୱାସନା ଦେଇଛନ୍ତି।

ଦାୟୀ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ସେ କହିଛନ୍ତି। ଏହି ଘଟଣାରେ ରାଜ୍ୟର ମହିଳା ନେତାମାନେ କ୍ରୋଧ ପ୍ରକାଶ କରିଛନ୍ତି। ତେଲୁଗୁ ଦେଶମ ମହିଳା ମୋର୍ଚ୍ଚାର ସଭାପତି ଓ୍ବଙ୍ଗଲପୁଡି ଅନୀତା ଏହି ଘଟଣାକୁ ନିନ୍ଦା କରିବା ସହ ଏହାକୁ ଲଜ୍ଜାଜନକ ବୋଲି କହିଛନ୍ତି। ଅନୀତା ରାଜ୍ୟ ଗୃହମନ୍ତ୍ରୀ ଏମ୍‌.ସୁଚରିତାଙ୍କୁ କହିଛନ୍ତି ଯେ ଜଣେ ମହିଳା ଭାବରେ ତୁମେ ଦେଖିବା ଉଚିତ ଯେ ତୁମର ମହିଳାମାନଙ୍କର ସମ୍ମାନ ସୁରକ୍ଷିତ ଅଛି କି ନାହିଁ ?

ବିନା ଅନୁମତିରେ ଅଧିକାରିକ ଅଞ୍ଚଳରେ ପ୍ରବେଶ କରିବା ଏବଂ ଫଟୋ ଉଠାଇଥିବା ଅଜଣା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିବା ଏସପିଏସ ନେଲୋର ପୋଲିସ ଟୁଇଟ କରି ସୂଚନା ପ୍ରଦାନ କରିଛନ୍ତି। ଜିଲାର ଏସପି ଘଟଣାସ୍ଥଳରେ ପହଞ୍ଚି ଘଟଣାର ସମୀକ୍ଷା କରିଛନ୍ତି। ଅତିରିକ୍ତ ଏସପି (ପ୍ରଶାସନ) ଜଣେ ମହିଳା ସବ-ଇନ୍ସପେକ୍ଟରଙ୍କ ତତ୍ତ୍ୱାବଧାନରେ ମହିଳା ଦର୍ଜିଙ୍କୁ ମାପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri