ଋତୁସ୍ରାବର ସମସ୍ୟା ସମାଧାନ କରିବ ‘ପ୍ରୀତି’

ଯାଜପୁର ଅଫିସ,୩ : ଋତୁସ୍ରାବ ପାଇଁ ମହିଳାମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଯାଜପୁର ଜିଲା ଦାନଗଦୀ ବ୍ଲକ ଟୋଲକାନି ଗ୍ରାମର ଯୁବ ଇଞ୍ଜିନିୟର ଏକ ନୂତନ ପ୍ରକଳ୍ପ ଉଦ୍ଭାବନ କରିଛନ୍ତି। ଏହି ପ୍ରକଳ୍ପକୁ ‘ପ୍ରୀତି’ ବୋଲି ନାମକରଣ କରାଯାଇଛି। ଅନ୍‌ଲକ୍‌ ସ୍ମାଇଲ୍ସର ଫାଉଣ୍ଡର ହୃଦାନନ୍ଦ ପୃଷ୍ଟି (ଏ ଷ୍ଟୁଡେଣ୍ଟ ଅଫ୍‌ ୨୦୨୦ ପାସ୍‌ ଆଉଟ) ନେତୃତ୍ୱରେ ଏହି ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ପରିକଳ୍ପନାକୁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସମେତ ନୂଆଦିଲ୍ଲୀରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର କାର୍ଯ୍ୟକର୍ତ୍ତା ପ୍ରୀତି ସୁଦନ ଓ ଅନ୍ୟ ଅଧିକାରୀଙ୍କ ସମ୍ମୁଖରେ ଉପସ୍ଥାପନ କରିଛନ୍ତି। ଉକ୍ତ ପ୍ରକଳ୍ପ ଭାରତରେ ଏକ ଐତିହାସିକ ପଦକ୍ଷେପ ଏବଂ ଏହା ସବୁ ଶୌଚାଳୟରେ ଲାଗୁ ହେଲେ ମହିଳାଙ୍କୁ ଆଉ ଋତୁସ୍ରାବ ଓ ଅନ୍ୟ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବନି ବୋଲି ହୃଦାନନ୍ଦ ଦୃଢୋକ୍ତି ପ୍ରକାଶ କରିଛନ୍ତି। ଏହି ପ୍ରକଳ୍ପ ବିଷୟରେ ରାଜ୍ୟର ସବୁ ଜିଲାପାଳଙ୍କୁ ପତ୍ର ଲେଖାଯାଇ ଅବଗତ କରାଯାଇଛି। ଉକ୍ତ ପ୍ରକଳ୍ପରେ ଋତୁସ୍ରାବ ଗୋଟିଏ ସମସ୍ୟା ନୁହଁ, ଭଲ ସ୍ବାସ୍ଥ୍ୟ ଓ ପରିଚ୍ଛନ୍ନତା ବୋଲି ଦର୍ଶାଯାଇଛି। ସର୍ବସାଧାରଣ ଶୌଚାଳୟ, ସ୍କୁଲ, କଲେଜ, ବସଷ୍ଟାଣ୍ଡ ଆଉ ଟ୍ରେନ ଷ୍ଟେଶନ ଭଳି ସ୍ଥାନରେ ଏହାର ଉପଯୋଗ ହୋଇ ପାରିବ। ଏହି ପ୍ରକଳ୍ପରେ ଏକ ହାପିନେସ କିଟ୍‌ ରହି। ଯେଉଁଥିରେ ସାନିଟାରି ପ୍ୟାଡ୍‌, ସାନିଟାଇଜର, ଟିସୁ, କଟନ୍‌ ଆଦି ରହିବ। ଶୌଚାଳୟଗୁଡିକରେ ସ୍ବଚ୍ଛ ପାଣି ଯୋଗାଣ ସହ ଅନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ରହିବ ବୋଲି ହୃଦାନନ୍ଦ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆଗରେ ମତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri