ଋତୁସ୍ରାବର ସମସ୍ୟା ସମାଧାନ କରିବ ‘ପ୍ରୀତି’

ଯାଜପୁର ଅଫିସ,୩ : ଋତୁସ୍ରାବ ପାଇଁ ମହିଳାମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଯାଜପୁର ଜିଲା ଦାନଗଦୀ ବ୍ଲକ ଟୋଲକାନି ଗ୍ରାମର ଯୁବ ଇଞ୍ଜିନିୟର ଏକ ନୂତନ ପ୍ରକଳ୍ପ ଉଦ୍ଭାବନ କରିଛନ୍ତି। ଏହି ପ୍ରକଳ୍ପକୁ ‘ପ୍ରୀତି’ ବୋଲି ନାମକରଣ କରାଯାଇଛି। ଅନ୍‌ଲକ୍‌ ସ୍ମାଇଲ୍ସର ଫାଉଣ୍ଡର ହୃଦାନନ୍ଦ ପୃଷ୍ଟି (ଏ ଷ୍ଟୁଡେଣ୍ଟ ଅଫ୍‌ ୨୦୨୦ ପାସ୍‌ ଆଉଟ) ନେତୃତ୍ୱରେ ଏହି ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ପରିକଳ୍ପନାକୁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସମେତ ନୂଆଦିଲ୍ଲୀରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର କାର୍ଯ୍ୟକର୍ତ୍ତା ପ୍ରୀତି ସୁଦନ ଓ ଅନ୍ୟ ଅଧିକାରୀଙ୍କ ସମ୍ମୁଖରେ ଉପସ୍ଥାପନ କରିଛନ୍ତି। ଉକ୍ତ ପ୍ରକଳ୍ପ ଭାରତରେ ଏକ ଐତିହାସିକ ପଦକ୍ଷେପ ଏବଂ ଏହା ସବୁ ଶୌଚାଳୟରେ ଲାଗୁ ହେଲେ ମହିଳାଙ୍କୁ ଆଉ ଋତୁସ୍ରାବ ଓ ଅନ୍ୟ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବନି ବୋଲି ହୃଦାନନ୍ଦ ଦୃଢୋକ୍ତି ପ୍ରକାଶ କରିଛନ୍ତି। ଏହି ପ୍ରକଳ୍ପ ବିଷୟରେ ରାଜ୍ୟର ସବୁ ଜିଲାପାଳଙ୍କୁ ପତ୍ର ଲେଖାଯାଇ ଅବଗତ କରାଯାଇଛି। ଉକ୍ତ ପ୍ରକଳ୍ପରେ ଋତୁସ୍ରାବ ଗୋଟିଏ ସମସ୍ୟା ନୁହଁ, ଭଲ ସ୍ବାସ୍ଥ୍ୟ ଓ ପରିଚ୍ଛନ୍ନତା ବୋଲି ଦର୍ଶାଯାଇଛି। ସର୍ବସାଧାରଣ ଶୌଚାଳୟ, ସ୍କୁଲ, କଲେଜ, ବସଷ୍ଟାଣ୍ଡ ଆଉ ଟ୍ରେନ ଷ୍ଟେଶନ ଭଳି ସ୍ଥାନରେ ଏହାର ଉପଯୋଗ ହୋଇ ପାରିବ। ଏହି ପ୍ରକଳ୍ପରେ ଏକ ହାପିନେସ କିଟ୍‌ ରହି। ଯେଉଁଥିରେ ସାନିଟାରି ପ୍ୟାଡ୍‌, ସାନିଟାଇଜର, ଟିସୁ, କଟନ୍‌ ଆଦି ରହିବ। ଶୌଚାଳୟଗୁଡିକରେ ସ୍ବଚ୍ଛ ପାଣି ଯୋଗାଣ ସହ ଅନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ରହିବ ବୋଲି ହୃଦାନନ୍ଦ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆଗରେ ମତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri