Posted inଜାତୀୟ

ଅଭିଯୁକ୍ତଙ୍କ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ୍‌ ଜରୁରୀ, ହାଇକୋର୍ଟଙ୍କ ଗୁରୁତ୍ୱାରୋପ…

ଚେନ୍ନାଇ,୨୦।୧୧: ମାନସିକ ସମସ୍ୟା ରହିଥିବା ଅଭିଯୁକ୍ତଙ୍କ ଯାଞ୍ଚ୍‌ ଜରୁରୀ। ପ୍ରଥମେ ସେମାନଙ୍କୁ ଆବଶ୍ୟକ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ୍‌ ସୁବିଧା ଉପଲବ୍ଧ କରାଇବା ଆବଶ୍ୟକ ବୋଲି ପୋଲିସ, ଜେଲ୍‌ ଅଧିକାରୀ ଏବଂ ରିମାଣ୍ଡିଙ୍ଗ୍‌ ମାଜିଷ୍ଟ୍ରେଟ୍‌ଙ୍କ ଉଦ୍ଦେଶ୍ୟରେ ମାଡ୍ରାସ୍‌ ହାଇକୋର୍ଟଙ୍କ ମଦୁରାଇ ଖଣ୍ଡପୀଠଙ୍କ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ମାନସିକ ସ୍ବାସ୍ଥ୍ୟ ଅଧିନିୟମ ଧାରା ୨୦(୧) ଅନ୍ତର୍ଗତ ମାନସିକ ସମସ୍ୟା ଭୋଗୁଥିବା ପ୍ରତ୍ୟେକ ଅଭିଯୁକ୍ତଙ୍କୁ ସମ୍ମାନର ସହିତ ବଞ୍ଚିବାର ଅଧିକାର ରହିଛି ବୋଲି ଖଣ୍ଡପୀଠ କହିଛନ୍ତି।

ବିଚାରପତି ଜି.ଆର୍‌. ସ୍ବାମୀନାଥନ୍‌ଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ଗିରଫ ହୋଇଥିବା ବ୍ୟକ୍ତିଙ୍କ ପ୍ରୋଫର୍ମାରେ ମାନସିକ ସ୍ବାସ୍ଥ୍ୟର ସ୍ତମ୍ଭ ରହିବା ଆବଶ୍ୟକ। ଏହି ସ୍ତମ୍ଭରେ ସୂଚନା ଔପଚାରିକ ପ୍ରଶ୍ନ ନୁହେଁ ଡାକ୍ତରଙ୍କ ଯାଞ୍ଚ୍‌ ଅନୁସାରେ ପୂରଣ କରାଯିବା ଜରୁରୀ। ଏହା ସହିତ ସମ୍ପୃକ୍ତ ବ୍ୟକ୍ତିଙ୍କ ସମ୍ପର୍କୀୟ ଅବା ବନ୍ଧୁବାନ୍ଧବଙ୍କ ସହିତ କଥାବାର୍ତ୍ତା ହେବା ଉପରେ ଖଣ୍ଡପୀଠ ଗୁରୁତ୍ୱାରୋପ କରିଛନ୍ତି।

ଜଣେ ଅପରାଧୀଙ୍କ ସ୍ତ୍ରୀଙ୍କ ପକ୍ଷରୁ ଏନେଇ ହୋଇଥିବା ଆବେଦନର ବିଚାର କରି ଖଣ୍ଡପୀଠ ଏପରି କହିଛନ୍ତି। ସମ୍ପୃକ୍ତ ମହିଳାଙ୍କ ସ୍ବାମୀଙ୍କ ମାନସିକ ଯାଞ୍ଚ୍‌ ପାଇଁ ଆବେଦନରେ ଉଲ୍ଲେଖ କରାଯାଇଥିଲା। ଏହାର ବିଚାର କରି ଖଣ୍ଡପୀଠ ମାନସିକ ସମସ୍ୟାକୁ ଟାଇମ୍‌ ବମ୍‌ ସହିତ ତୁଳନା କରିଛନ୍ତି। ପ୍ରଥମେ ଏହାର ଚିକିତ୍ସା କରାଯିବା ଜରୁରୀ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri