ମାନସିକ ରୋଗୀ ପାଇଲେ ନୂଆ ଜୀବନ

ଭୁବନେଶ୍ୱର,୧୧।୩(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ଏବଂ ଗଞ୍ଜାମ ଜିଲା ମାନସିକ ସ୍ବାସ୍ଥ୍ୟ ଟିମ୍‌ର ମିଳିତ ପ୍ରଚେଷ୍ଟା ଯୋଗୁ ଜଣେ ମାନସିକ ଦିବ୍ୟାଙ୍ଗ ରୋଗୀ ସୁସ୍ଥ ହୋଇଛନ୍ତି। ସେ ହେଲେ ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କଇଥପୋଲି ହରିଜନ ସାହିର ପ୍ରଭାସିନୀ ନାଇକ। ସେ ମାନସିକ ରୋଗରୁ ଆରୋଗ୍ୟ ଲାଭ କରିଥିବାବେଳେ ତାଙ୍କ ଝିଅ ବର୍ଷା (୧୭ ବର୍ଷ)ଙ୍କୁ ପାଠପଢ଼ା ପାଇଁ ସରକାରୀ ସହାୟତା ମିଳିଥିବା ଶୁକ୍ରବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରଭାସିନୀ ମାନସିକ ରୋଗଗ୍ରସ୍ତ ହୋଇପଡ଼ିଥିଲେ। ତେଣୁ ନାବାଳିକା ଝିଅ ବର୍ଷାଙ୍କୁ ଘରର ସବୁ କାମଧନ୍ଦା ସହ ଖାଦ୍ୟ ଯୋଗାଡ଼, ମା’ଙ୍କର ଯତ୍ନ ଆଦି ସମସ୍ତ ଦାୟିତ୍ୱ ସମ୍ଭାଳିବାକୁ ପଡୁଥିଲା। ଆର୍ଥିକ ଦୁରବସ୍ଥା ମଧ୍ୟ ଆଉ ଏକ ବାଧକ ଥିଲା। ଏ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ବିଏସ୍‌କେୱାଇ ଟିମ୍‌ ମିଶନ ମୋଡରେ କାମ ଆରମ୍ଭ କରିଥିଲା। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟ, ଗଞ୍ଜାମ ଜିଲା ମାନସିକ ସ୍ବାସ୍ଥ୍ୟ ଟିମ୍‌ ଓ ବେଲଗୁଣ୍ଠା କମ୍ୟୁନିଟି ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଦଳଗତ ଉଦ୍ୟମ ଆରମ୍ଭ ହୋଇଥିଲା।
ପ୍ରଭାସିନୀ ରହୁଥିବା ଗ୍ରାମରେ ପହଞ୍ଚତ୍ ଏହି ମିଳିତ ଟିମ ସ୍ଥାନୀୟ ଜନପ୍ରତିନିଧି, ସ୍ବୟଂ ସହାୟକ ଗୋଷ୍ଠୀ, ଆଶା ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହାୟତାରେ ପ୍ରଭାସିନୀଙ୍କ ପରିବାର ସହ ଆଲୋଚନା କରିଥିଲା। ପରିବାରର ପୂର୍ଣ୍ଣ ସହମତିରେ ପ୍ରଭାସିନୀଙ୍କୁ ଗତ ଫେବୃୟାରୀ ୧୬ରେ ସ୍ବତନ୍ତ୍ର ଗାଡିରେ କମ୍ୟୁନିଟି ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇ ସେଠାରେ ଆବଶ୍ୟକ ଚିକିତ୍ସା ପରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ଥିବା ଜିଲା ମାନସିକ ସ୍ବାସ୍ଥ୍ୟ ଓ ନିଶା ନିବାରଣ ଚିକିତ୍ସାଳୟକୁ ନିଆଯାଇ ଉନ୍ନତ ଚିକିତ୍ସା ଆରମ୍ଭ କରାଯାଇଥିଲା।
ବିଶେଷଜ୍ଞଙ୍କ ଦ୍ୱାରା ପଦ୍ଧତିଗତ ଚିକିତ୍ସା ଓ ନିରନ୍ତର ପର୍ଯ୍ୟବେକ୍ଷଣ ଯୋଗୁ ପ୍ରଭାସିନୀଙ୍କ ମାନସିକ ସ୍ଥିତିରେ ଦୃତ ଉନ୍ନତି ଆସିଥିଲା। ଶେଷରେ ଗୁରୁବାର ପ୍ରଭାସିନୀଙ୍କୁ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇଥିଲା। ସମ୍ପୂର୍ଣ୍ଣ ଚିକିତ୍ସା ଏବଂ ଔଷଧ ଆଦି ତାଙ୍କୁ ମାଗଣାରେ ଯୋଗାଇ ଦିଆଯାଇଥିଲା। ଶୁକ୍ରବାର ମିଳିଥିବା ଖବର ଅନୁସାରେ ବର୍ତ୍ତମାନ ପ୍ରଭାସିନୀ ପ୍ରାୟ ସ୍ବାଭାବିକ ଜୀବନ ଆରମ୍ଭ କରୁଛନ୍ତି। ବିଏସ୍‌କେୱାଇ ଏବଂ ଜିଲା ମାନସିକ ସ୍ବାସ୍ଥ୍ୟ ଟିମ୍‌ ମଧ୍ୟ ତାଙ୍କ ପରିବାର ସହ ଯୋଗାଯୋଗରେ ଅଛନ୍ତି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସେପଟେ ବର୍ଷାଙ୍କୁ ଶିକ୍ଷା ବାବଦ ଜରୁରୀ ଖର୍ଚ୍ଚ ନିମନ୍ତେ ୫ହଜାର ଟଙ୍କାର ଆର୍ଥିକ ସହାୟତା ଦିଆଯାଇଛି। ‘ବୁକ ବ୍ୟାଙ୍କ’ରୁ ମାଗଣାରେ ତାଙ୍କୁ ବହି ଯୋଗାଇ ଦିଆଯାଇଛି। ବର୍ଷାଙ୍କ ଯୁକ୍ତ୨ ଶିକ୍ଷା ନିମନ୍ତେ ସମସ୍ତ ଫି’ ଛାଡ଼ କରିବା ପାଇଁ ଭଞ୍ଜନଗର ଉପଜିଲାପାଳ ସମ୍ପୃକ୍ତ କଲେଜକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପରିବାରକୁ ଖାଦ୍ୟ ସୁରକ୍ଷା ଯୋଜନାରେ ମଧ୍ୟ ସାମିଲ କରାଯାଇଥିବାବେଳେ ଗ୍ରାମୀଣ ଆବାସ ଯୋଜନାରେ ସାମିଲ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri