ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର: ପୁଅ, ଜ୍ବାଇଁ ସହିତ ବନ୍ଧା ହେଲେ ବାପା

ଭେଡେନ,୧୪।୨(ହୃଷୀକେଶ ଖମାରୀ) – ବରଗଡ ଜିଲା ଭେଡେନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର ଏବଂ ସମ୍ପୃକ୍ତ ମହିଳା ଗର୍ଭବତୀ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଏକ ଲଜ୍ଜାଜନକ ଘଟଣା ଆଲୋଡନ ଖେଳାଇ ଦେଇଥିବାବେଳେ ପୋଲିସ ଉକ୍ତ ଘଟଣାରେ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ଭେଡେନ ଥାନା ଡୁଙ୍ଗୁରିପାଲି ଗ୍ରାମର ବିକ୍ରମ ସରାଫ(୫୦), ପୁଅ ପପୁନ(୨୮) ଓ ଏବଂ ଜ୍ବାଇଁ ଅମ୍ବାଭୋନା ଥାନା ଲଖନପୁର ଗ୍ରାମର ପ୍ରତାପ ସରାଫ(୪୪) ।
ସୂଚନା ଅନୁଯାୟୀ, ପୀଡିତା ଜଣକ ସମ୍ବଲପୁର ଜିଲା ଅଞ୍ଚଳର ହୋଇଥିବାବେଳେ ସେ ବରଗଡ ଜିଲା ଭେଡେନ ଥାନା ଅଞ୍ଚଳକୁ ଆସି ରହୁଥିଲେ। ଅଭିଯୁକ୍ତମାନେ ତାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ ହୋଇଛି। ଏ ନେଇ ଏତଲା ପାଇବା ପରେ ପୋଲିସ ପୀଡିତାଙ୍କ ଡାକ୍ତରୀ ମାଇନା ସହିତ ଅଭିଯୁକ୍ତ ମାନଙ୍କୁ ଗିରଫ କରିଛି। ଘଟଣାଟି ଚର୍ଚ୍ଚାର ବିଷୟ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ…

ଆଜି ବିଧାୟକ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଫାଇନାଲ: ବାଦିବାହାଲ-ନଅଗାଁ(ଖ) ମଧ୍ୟରେ ମୁକାବିଲା

ଲୋଇସିଂହା,୧୪।୨(ସୁଶାନ୍ତ ବାରିକ):ସ୍ବାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କ ଉଦ୍ୟମ କ୍ରମେ ଲୋଇସିଂହା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଧାୟକ କପ୍‌ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେଉଛି। ଶୁକ୍ରବାର ବଲାଙ୍ଗୀର ଜିଲା ଲୋଇସିଂହା ଷ୍ଟାଡିୟମରେ…

ମୋଦିଙ୍କ ଫର୍ମୁଲାରେ ବିଜୟୀ ହେଲେ ତାରିକ ରହମାନ

ଢାକା,୧୪।୨: ବାଂଲାଦେଶ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ମୋଡ଼ରେ ଅଛି। ତାରିକ ରହମାନଙ୍କ ନେତୃତ୍ୱରେ ଏହା ସ୍ଥିର ହେବ ଯେ ଢାକା କେଉଁ ପଥ ନେବ। ତାରିକ…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

‘ଦେଶ ପ୍ରତି ସେମାନଙ୍କର ସମର୍ପଣ ସର୍ବଦା ମନେ ରହିବ’, ପୁଲୱାମା ଆକ୍ରମଣରେ ଶହୀଦକୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣର ବାର୍ଷିକୀରେ ପ୍ରାଣବଳି ଦେଇଥିବା ସାହସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୈନିକଙ୍କ ବଳିଦାନକୁ ମନେ ପକାଇ…

ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣା: ଅଭିଯୁକ୍ତ ଗିରଫ

କୁଆଁରମୁଣ୍ଡା,୧୪।୨(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣାରେ ଗୁରୁବାର…

୬୮୦ ଶିକ୍ଷୟତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri