ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଅସହାୟ ତଥା ମାନସିକ ଭିନ୍ନକ୍ଷମ ଯୁବତୀ ପ୍ରାୟ ୮ ମାସର ଗର୍ଭବତୀ ଥିବା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ମାନସିକ ଦୁର୍ବଳତାର ସୁଯୋଗ ନେଇ କୌଣସି ପାଷାଣ୍ଡ ଏଭଳି ହୀନ କାର୍ଯ୍ୟ କରିଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଯୁବତୀଜଣଙ୍କର ମାନସିକ ସ୍ଥିତି ଠିକ୍ ନ ଥିବାରୁ ନିଜ ସହ ଘଟିଥିବା ଏହି ଜଘନ୍ୟ ଅପରାଧ ସମ୍ପର୍କରେ ସେ କିଛି ବି କହିବାକୁ ଅସମର୍ଥ। ତାଙ୍କର ଏହି ଅସହାୟତାର ସୁଯୋଗ ନେଇ କୌଣସି ଦୁର୍ବୃତ୍ତ ତାଙ୍କୁ ଯୌନ ଶୋଷଣ କରିଥିବା ସ୍ପଷ୍ଟ ବାରି ହୋଇପଡ଼ୁଛି। ଏହି ଘଟଣା ଲୋକଲୋଚନକୁ ଆସିବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।
ବର୍ତ୍ତମାନ ଉକ୍ତ ଯୁବତୀ ଜଣକ ବ୍ଲକ ସଦର ମହକୁମାର ଜଗନ୍ନାଥ କଲୋନୀରେ ବସବାସ କରୁଥିବା ଅଙ୍ଗନବାଡି କର୍ମୀ ରୀତା ପଣ୍ଡା ନିଜ ଘରେ ଆଶ୍ରୟ ଦେଇ ଉକ୍ତ ମାନସିକ ବିକାରଗ୍ରସ୍ତ ଯୁବତୀଙ୍କ ସେବା କରୁଛନ୍ତି। ତେବେ ତାଙ୍କ ପାଇଁ ଉନ୍ନତ ଚିକିତ୍ସା, ପୁଷ୍ଟିକର ଖାଦ୍ୟ ତଥା ଗର୍ଭସ୍ଥ ଶିଶୁର ନିରାପତ୍ତା ନିମନ୍ତେ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବା ଜରୁରୀ ହୋଇପଡ଼ିଛି। ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଓ ସ୍ଥାନୀୟ ପୋଲିସ ତୁରନ୍ତ ହସ୍ତକ୍ଷେପ କରିବାକୁ ଦାବି ହୋଇଛି। ଯୁବତୀଙ୍କୁ ତୁରନ୍ତ ଉଦ୍ଧାର କରି ଉପଯୁକ୍ତ ଚିକିତ୍ସା ଓ ଥଇଥାନର ବ୍ୟବସ୍ଥା କରିବା ସହ ଦୋଷୀକୁ ଚିହ୍ନଟ କରି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ବୁଦ୍ଧିଜୀବୀ ଓ ସାଧାରଣରେ ଦୃଢ଼ ଦାବି କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?