ଗାଁରେ ଡେରା ପକାଇଲେଣି ବେପାରୀ

ବେତନଟୀ,୬ା୧୨(ସ୍ବ.ପ୍ର.): ପ୍ରକୃତିର ତାଡ଼ନା ପରେ ଏବେ ସରକାରୀ କଳର ଅବ୍ୟବସ୍ଥା ଭିତରେ ପେଷି ହେଉଛନ୍ତି ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଞ୍ଚଳର ହଜାର ହଜାର ଧାନ ଚାଷୀ। ମଣ୍ଡି ଖୋଲିବାରେ ବିଳମ୍ବ କାରଣରୁ ଅମଳ ଧାନକୁ ପକାଇ ରଖିବା ବଦଳରେ ଯେନତେନ ଉପାୟରେ ବିକ୍ରି କରି ଚିନ୍ତାମୁକ୍ତ ହେବାକୁ ଶ୍ରେୟ ମଣୁଛନ୍ତି। ଚଳିତ ବର୍ଷ ବହୁ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିଛନ୍ତି। ବର୍ଷ ଆରମ୍ଭରୁ ନିଅଣ୍ଟିଆ ବର୍ଷା ଚାଷ କାର୍ଯ୍ୟକୁ ପ୍ରଭାବିତ କରିଥିଲା। ଅମଳ ପୂର୍ବରୁ ଲଗାଣ ବର୍ଷା, ଅମଳ ବେଳକୁ ଚକଡ଼ା ପୋକ ସାଙ୍ଗକୁ ପୁଣି ନିଅଣ୍ଟିଆ ବର୍ଷା ଯୋଗୁ ଅଧିକାଂଶ ଅଞ୍ଚଳରେ ଧାନ ଥୋଡ଼ ଠିକ୍‌ ଭାବରେ ବାହାରି ପାରିଲାନି। ତଥାପି ଚାଷୀ ହାଡ଼ଭଙ୍ଗା ପରିଶ୍ରମ କରି ଚଳିତ ବର୍ଷ ଭଲ ଧାନ ଅମଳ କରିଛନ୍ତି। ତେବେ ଆସନ୍ତା ଡିସେମ୍ବର ୨୦ରେ ବେତନଟୀ ଓ ବୈଶିଙ୍ଗା ଅଞ୍ଚଳରେ ମଣ୍ଡି ଖୋଲିବା ନେଇ ପ୍ରଶାସନର ପ୍ରସ୍ତାବ ରହିଛି। କିନ୍ତୁ ଏଥିପାଇଁ ଆନୁଷଙ୍ଗିକ ପ୍ରସ୍ତୁତି ଏପର୍ଯ୍ୟନ୍ତ ସରିନାହିଁ। ଏହା ପୂର୍ବରୁ ସ୍ଥାନୀୟ ଓ ପଶ୍ଚିମବଙ୍ଗ ବେପାରୀ ସେମାନଙ୍କ କାୟାବିସ୍ତାର କରି ସାରିଲେଣି। ବେତନଟୀ ବ୍ଲକ ଅଞ୍ଚଳରୁ କୁଇଣ୍ଟାଲ କୁଇଣ୍ଟାଲ ଧାନ ଚାଲାଣ ହେଉଛି। ଏଠାରେ ମଣ୍ଡିରୁ ଧାନକିଣା ଆଗରୁ ଚାଷୀ ଅମଳ ଧାନକୁ କମ୍‌ ମୂଲ୍ୟରେ ବେପାରୀଙ୍କୁ ବିକି ଦେଉଛନ୍ତି। ବ୍ଲକ କୃଷି ଓ ଯୋଗାଣ ବିଭାଗ ଏନେଇ ପଦକ୍ଷେପ ଗ୍ରହଣ ନ କରି ନିରବଦ୍ରଷ୍ଟା ସାଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri