ବ୍ୟବସାୟୀଙ୍କୁ ଡକାୟତି ଘଟଣାର ପର୍ଦ୍ଦାଫାଶ: ନଗଦ ୧ ଲକ୍ଷ ୧୨ ହଜାର ଟଙ୍କା ଜବତ, ୬ ଗିରଫ

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କେସିଙ୍ଗାର ଜଣେ ବ୍ୟବସାୟୀ ଡକାୟତି ଘଟଣାରେ କେସିଙ୍ଗା ପୋଲିସକୁ ସଫଳତା ମିଳିଛି। ୬ଜଣ ଡକାୟତକୁ ଗିରଫ କରିବା ସହ ସେମାନଙ୍କଠାରୁ ୧ ଲକ୍ଷ ୧୨ ହଜାର ଟଙ୍କା, ଡକାୟତିରେ ବ୍ୟବହାର ହୋଇଥିବା ୨ଟି ମୋଟରସାଇକେଲ, ୪ଟି ଫୋନ, ଛୁରି, ଲୁହାରଡ଼, ସ୍କ୍ରୁ ଡ୍ରାଇଭର ଜବତ କରିଛି ପୋଲିସ।

ଗତ ମଇ ୨୮ ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା କେସିଙ୍ଗାର ୯ ନମ୍ବର ଓ୍ବାର୍ଡ ଜଗନ୍ନାଥ ପଡ଼ାର ସୁବାସ ଚନ୍ଦ୍ର ଅଗ୍ରଓ୍ବାଲଙ୍କ ଘର ପଛପଟ କବାଟର ତାଲାଭାଙ୍ଗି ୯ ଜଣ ମୁଖାଧାରୀ ଡକାୟତ ଘର ଭିତରକୁ ପଶିଥିଲେ। ଛୁରିଦେଖାଇ ଜୀବନରେ ମାରିଦେବାକୁ ଭୟଭୀତ କରାଇ ସୁବାସ ଚନ୍ଦ୍ର ଅଗ୍ରଓ୍ବାଲ ଓ ତାଙ୍କ ପରିବାର ସଦସ୍ୟଙ୍କୁ ଦଉଡ଼ିରେ ବାନ୍ଧି ପକାଇଥିଲେ। ତା’ପରେ ଆଲମିରା, ଡ୍ର ଓ ଲକର ଭାଙ୍ଗି ଡକାୟତମାନେ ୬ ଲକ୍ଷ ଟଙ୍କା, ଗୋଟିଏ ସୁନା ହାର, ଗୋଟିଏ ସୁନା ମୁଦି, ହୀରାର ଗୋଟିଏ ବ୍ରେସ୍‌ଲେଟ୍‌, ଦୁଇଟି ମୋବାଇଲ ଓ ଅନ୍ୟାନ୍ୟ ମୂଲ୍ୟବାନ ସାମଗ୍ରୀ ଲୁଟ କରି ପଳେଇ ଯାଇଥିଲେ। ମଇ ୨୯ରେ ସୁବାସଙ୍କ ଅଭିଯୋଗ କ୍ରମେ କେସିଙ୍ଗା ଥାନାରେ ଧାରା ୪୫୭ ଓ ୩୯୫ରେ ଏକ ମାମଲା ରୁଜୁ କରି କେସିଙ୍ଗା ପୋଲିସ ଡକାୟତି ଘଟଣାର ତଦନ୍ତ ଆରମ୍ଭ କରି ୬ ଜଣ ଡକାୟତ କେସିଙ୍ଗା ଥାନା ଅନ୍ତର୍ଗତ ଗୁର୍ଜିମୁଣ୍ଡାର ଖିତିସ ରଣା ଓ ରୁକମନ ରଣା, କୁଣ୍ଡାବନ୍ଧ ଗ୍ରାମର ଦୈତାରୀ କରୁଆଁ ଓ ବବଲୁ ଦୀପ, କିକିଆର ଧୋବା ଖର୍ସେଲ ଓ ମଦନପୁର ରାମପୁର ଥାନା ଅନ୍ତର୍ଗତ ମଦନପୁରର ସୁବିଧା ରଣାଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କଠାରୁ ୧ ଲକ୍ଷ ୧୨ ହଜାର ଟଙ୍କା ସହ ଡକାୟତିରେ ବ୍ୟବହାର ହୋଇଥିବା ମୋଟର ସାଇକେଲ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି ବୋଲି କଳାହାଣ୍ଡି ଏସ୍‌ପି ଅଭିଳାଷ ଜୀ ଏକ ପ୍ରେସ୍‌ ବିବୃତ୍ତିରେ ସୂଚନା ଦେଇଛନ୍ତି। ଏହି ଘଟଣାରେ ସଂପୃକ୍ତ ଅନ୍ୟ ଡକାୟତଙ୍କୁ ଧରିବା ପାଇଁ ତଦନ୍ତ ଜାରି ରହିଛି ବୋଲି ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ୧୦ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଘୋଷଣା

ନୂଆଦିଲ୍ଲୀ,୨୨।୯: ଉତ୍ତର ପ୍ରଦେଶରୁ ୧୦ଟି ଏବଂ ଉତ୍ତରାଖଣ୍ଡରୁ ଗୋଟିଏ – ଏହିପରି ମୋଟ ୧୧ଟି ରାଜ୍ୟ ସଭା ଆସନ ପାଇଁ ଅକ୍ଟୋବର ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।…

ଓୱାଇସିଙ୍କ ବୟାନକୁ ନେଇ ହଇଚଇ, କହିଲେ ରାତିରେ ଶୋଇବା ପୂର୍ବରୁ ପତ୍ନୀଙ୍କୁ….

ନୂଆଦିଲ୍ଲୀ,୨୨।୯: ରାଜନୈତିକ ପ୍ରସଙ୍ଗରେ ନିଜ ମତ ରଖୁଥିବା AIMIM ମୁଖ୍ୟ ତଥା ହାଇଦ୍ରାବାଦ ଲୋକସଭା ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ କାର୍ଯ୍ୟକ୍ରମରେ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?