ବଜାରରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷା

ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କାର୍ଯ୍ୟସ୍ଥଳରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷଣ ଆରମ୍ଭ ହୋଇଛି। ଶୁକ୍ରବାର ନର୍ଥ ଜୋନ୍‌ ଅନ୍ତର୍ଗତ ନୀଳାଦ୍ରିବିହାର ତାରିଣୀ ମାର୍କେଟ୍‌ରେ ପରିବା, ମାଛ, ମାଂସ ବ୍ୟବସାୟୀଙ୍କ ନମୁନା ସଂଗ୍ରହ କରାଯାଇଥିଲା। ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ଓ ଜୋନାଲ୍‌ ଡେପୁଟି କମିଶନର ପୁରନ୍ଦର ନନ୍ଦ ଉପସ୍ଥିତ ରହି ବ୍ୟବସାୟୀଙ୍କୁ କୋଭିଡ୍‌ ପରୀକ୍ଷଣର ଉପାଦେୟତା ସମ୍ପର୍କରେ ବୁଝାଇବା ସହ ଏଥିପାଇଁ ଉତ୍ସାହିତ କରିଥିଲେ। ପଜିଟିଭ୍‌ ବାହାରିଲେ ଆବଶ୍ୟକ ଚିକିତ୍ସା ବ୍ୟବସ୍ଥା କରାଯିବ ବୋଲି କହିଥିଲେ। ସୂଚନାଯୋଗ୍ୟ, ବ୍ୟବସାୟୀମାନେ ଦୈନିକ ହାଟ ବଜାରକୁ ଆସୁଛନ୍ତି। ଜଣେ ବ୍ୟବସାୟୀ ଅତି କମ୍‌ରେ ୩୦ରୁ ଅଧିକ ଲୋକଙ୍କ ସଂସ୍ପର୍ଶରେ ଆସିଥାନ୍ତି। କୌଣସି ବ୍ୟବସାୟୀ କରୋନାରେ ଆକ୍ରାନ୍ତ ଥିଲେ ଅଜାଣତରେ ସଂକ୍ରମଣ ବ୍ୟାପିବାର ବହୁ ଆଶଙ୍କା ରହୁଛି। ତେଣୁ ଟେଷ୍ଟର ଜରୁରୀ ଆବଶ୍ୟକତା ରହିଛି। ସମ୍ପୃକ୍ତ ବ୍ୟବସାୟୀ ମଧ୍ୟ ନିଜ ସ୍ବାସ୍ଥ୍ୟକୁ ଜଗି ପାରିବେ ବୋଲି ଜୋନାଲ୍‌ ଡେପୁଟି କମିଶନର ନନ୍ଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri