ସ୍ବାଭାବିକଠାରୁ ୫ ଡିଗ୍ରୀ ଉପରେ ପାରଦ

ଭୁବନେଶ୍ୱର,୧୦ା୧୦(ଅନିଲ ଦାସ):ଗତ କିଛିଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଖରା ଓ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ ଉପରକୁ ଉଠି ଯାଉଛି। ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ତାପମାତ୍ରା ସ୍ବାଭାବିକ ଭାବେ ୩୦ରୁ ୩୨ ଡିଗ୍ରୀ ସେଲସିୟସ ରହିଥାଏ। ମାତ୍ର ଚଳିତବର୍ଷ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ପାରଦ ୪ରୁ ୫ ଡିଗ୍ରୀ ସେଲସିୟସ ଅଧିକ ରହୁଛି। ସୋମବାର ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୩୪ରୁ ୩୫ ଡିଗ୍ରୀ ସେଲସିୟସ ଉପରେ ରହିଥିବା ବେଳେ ଝାରସୁଗୁଡାରେ ସର୍ବାଧିକ ୩୬.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆକାଶ ମେଘମୁକ୍ତ ରହିବା ସହ ଉତ୍ତର ଦିଗରୁ ବାୟୁ ପ୍ରବାହ ହେଉଛି। ଏଥିସହିତ ବାୟୁମଣ୍ଡଳରେ ଜଳୀୟକଣା ରହୁଥିବାରୁ ପରିବେଶ ଉଷ୍ମ ରହୁଛି। ଆସନ୍ତା ୨୦ ତାରିଖ ଯାଏ ଏଭଳି ପାଗ ଲାଗି ରହିବ। ୨୨ ତାରିଖରୁ ପାଗରେ ପରିବର୍ତ୍ତନ ହୋଇପାରେ। ଆସନ୍ତା ୧୫ କିମ୍ବା ୧୬ ତାରିଖ ବେଳକୁ ଦକ୍ଷିଣ ଚାଇନା ସାଗରରେ ଏକ ଘୂର୍ଣ୍ଣିବଳୟ ଦାନା ବାନ୍ଧିବା ସମ୍ଭାବନା ରହିଛି। ୧୮ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହୋଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ମୁହାଁଇପାରେ। ଏହା ୨ରୁ ୪ ଦିନ ସମୁଦ୍ରରେ ରହି ଆହୁରି ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ରେ ପରିଣତ ହୋଇପାରେ। ୨୪ ତାରିଖ ବେଳକୁ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ବୋଲି କେତେକ ପାଣିପାଗ ମଡେଲ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ବାତ୍ୟାର ବେଗ ଓ ଏହା କେଉଁ ଦିଗକୁ ଗତି କରିବ ସେ ନେଇ କୌଣସି ସୂଚନା ଦିଆଯାଇ ନାହିଁ। ଆସନ୍ତା ୧୮ରୁ ୨୦ ତାରିଖ ବେଳକୁ ଏହା ସ୍ପଷ୍ଟ ହେବ ବୋଲି ଅନୁମାନ କରାଯାଉଛି। ଏହାର ପ୍ରଭାବରେ ରାଜ୍ୟରେ ପାଗରେ ପରିବର୍ତ୍ତନ ହୋଇପାରେ। ଅକ୍ଟୋବରରେ ରାଜ୍ୟକୁ ବାତ୍ୟା ଭୟ ରହିଛି। ପରିବେଶ ଉତ୍ତପ୍ତ ରହୁଥିବାରୁ ଆସନ୍ତା ୧୫ ଦିନ ରାଜ୍ୟ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ସମୟରେ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ଆଶଙ୍କା ଅଧିକ ରହିଛି ବୋଲି ପାଣିପାଗ ବିଶେଷଜ୍ଞ ମତ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri