ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ଉପରେ ପାରଦ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟରେ ହଠାତ ଶୀତ ଗାଏବ ହୋଇଯାଇଛି। ଆଉ ଶୀତ ବସ୍ତ୍ରର ଆବଶ୍ୟକତା ପଡୁନାହିଁ। ଜାନୁୟାରୀ ପ୍ରଥମ ସପ୍ତାହରୁ ଦିନର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀକୁ ଛୁଇଁଲାଣି। ପାରଦ ସ୍ବାଭାବିକ ତାପମାତ୍ରାଠାରୁ ୩ରୁ ୫ ଡିଗ୍ରୀ ସେଲସିୟସ ଉପରେ ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୮ରୁ ୨୦ ଡିଗ୍ରୀ ସେଲସିୟସ ରହିଥିବାବେଳେ ଉପକୂଳ ଓଡ଼ିଶାରେ ୧୫ରୁ ୧୮ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଛି। ଉତ୍ତର ପୂର୍ବ ଦିଗରୁ ବାୟୁ ପ୍ରବାହ ନ ହେବା ଯୋଗୁ ରାଜ୍ୟରେ ଶୀତ କମିଯାଇଛି। ତେବେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପାଗରେ ପରିବର୍ତ୍ତନ ହେବ। ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩ ରୁ ୫ ଡିଗ୍ରୀ ସେଲସିୟସ ଯାଏ ତଳକୁ ଖସିବା ବେଳେ ଉପକୂଳ ଓଡ଼ିଶାରେ ୨ରୁ ୩ ଡିଗ୍ରୀ ସେଲସିୟସ ତଳକୁ ଖସିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର.ବିଶ୍ୱାସ କହିଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଶୁଖିଲା ପାଗ ରହିଛି। ସୋମବାର ଭୁବନେଶ୍ୱର, ପାରାଦୀପରେ ଘନକୁହୁଡ଼ି ହୋଇଛି। ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ହୋଇଥିବା ବିଶ୍ୱାସ ସୂଚନା ଦେଇଛନ୍ତି। ଆସନ୍ତା ୧୪ ତାରିଖରୁ ୨୦ ତାରିଖ ଯାଏ ଉତ୍ତର ପଶ୍ଚିମ ଦିଗରୁ ପବନ ବହିବ। ରାଜ୍ୟର କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୮ରୁ ୧୦ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ବରଗଡ଼, ଅନୁଗୋଳ, ମୟୂରଭଞ୍ଜ ଆଦି ଜିଲାରେ ଥଣ୍ଡା ହେବ। ଏହା ପରେ ରାଜ୍ୟର ଅନ୍ୟାନ୍ୟ ଭାଗରେ ଶୀତ ବଢ଼ିବା ସମ୍ଭାବନା ରହିଛି। ଆସନ୍ତା ଦୁଇଦିନ ଯାଏ ନୟାଗଡ଼, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା, ଜଗତସିଂହପୁର, କଟକ ଜିଲାର କେତେକ ସ୍ଥାନରେ କୁହୁଡ଼ି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri