ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ଉପରେ ପାରଦ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟରେ ହଠାତ ଶୀତ ଗାଏବ ହୋଇଯାଇଛି। ଆଉ ଶୀତ ବସ୍ତ୍ରର ଆବଶ୍ୟକତା ପଡୁନାହିଁ। ଜାନୁୟାରୀ ପ୍ରଥମ ସପ୍ତାହରୁ ଦିନର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀକୁ ଛୁଇଁଲାଣି। ପାରଦ ସ୍ବାଭାବିକ ତାପମାତ୍ରାଠାରୁ ୩ରୁ ୫ ଡିଗ୍ରୀ ସେଲସିୟସ ଉପରେ ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୮ରୁ ୨୦ ଡିଗ୍ରୀ ସେଲସିୟସ ରହିଥିବାବେଳେ ଉପକୂଳ ଓଡ଼ିଶାରେ ୧୫ରୁ ୧୮ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଛି। ଉତ୍ତର ପୂର୍ବ ଦିଗରୁ ବାୟୁ ପ୍ରବାହ ନ ହେବା ଯୋଗୁ ରାଜ୍ୟରେ ଶୀତ କମିଯାଇଛି। ତେବେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପାଗରେ ପରିବର୍ତ୍ତନ ହେବ। ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩ ରୁ ୫ ଡିଗ୍ରୀ ସେଲସିୟସ ଯାଏ ତଳକୁ ଖସିବା ବେଳେ ଉପକୂଳ ଓଡ଼ିଶାରେ ୨ରୁ ୩ ଡିଗ୍ରୀ ସେଲସିୟସ ତଳକୁ ଖସିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର.ବିଶ୍ୱାସ କହିଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଶୁଖିଲା ପାଗ ରହିଛି। ସୋମବାର ଭୁବନେଶ୍ୱର, ପାରାଦୀପରେ ଘନକୁହୁଡ଼ି ହୋଇଛି। ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ହୋଇଥିବା ବିଶ୍ୱାସ ସୂଚନା ଦେଇଛନ୍ତି। ଆସନ୍ତା ୧୪ ତାରିଖରୁ ୨୦ ତାରିଖ ଯାଏ ଉତ୍ତର ପଶ୍ଚିମ ଦିଗରୁ ପବନ ବହିବ। ରାଜ୍ୟର କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୮ରୁ ୧୦ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ବରଗଡ଼, ଅନୁଗୋଳ, ମୟୂରଭଞ୍ଜ ଆଦି ଜିଲାରେ ଥଣ୍ଡା ହେବ। ଏହା ପରେ ରାଜ୍ୟର ଅନ୍ୟାନ୍ୟ ଭାଗରେ ଶୀତ ବଢ଼ିବା ସମ୍ଭାବନା ରହିଛି। ଆସନ୍ତା ଦୁଇଦିନ ଯାଏ ନୟାଗଡ଼, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା, ଜଗତସିଂହପୁର, କଟକ ଜିଲାର କେତେକ ସ୍ଥାନରେ କୁହୁଡ଼ି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?