୫ ସ୍ଥାନରେ ୩୮ ଡିଗ୍ରୀ ଉପରେ ପାରଦ

ଭୁବନେଶ୍ୱର, ୫।୩(ବ୍ୟୁରୋ): ରାଜ୍ୟରେ ଅସମ୍ଭାଳ ହେଲାଣି ଖରା ତାତି। ତାପମାତ୍ରା ୪୦ ଡିଗ୍ରୀ ମୁହଁା ହୋଇଥିବାବେଳେ ଶନିବାର ରାଜ୍ୟର ୫ଟି ସ୍ଥାନରେ ୩୮ଡିଗ୍ରୀ ଉପରେ ରହିଥିଲା। ସେହିପରି ୧୪ଟି ସ୍ଥାନରେ ପାରଦ ୩୭ ଡିଗ୍ରୀ ଡେଇଁଥିଲା। ସମ୍ବଲପୁର ଓ ତାଳଚେରରେ ସର୍ବାଧିକ ୩୮.୬ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ଭୁବନେଶ୍ୱର ୩୮.୫, ଝାରସୁଗୁଡ଼ା ୩୮.୪ ଓ ସୋନପୁରରେ ୩୮.୪ ଡିଗ୍ରୀ ରହିଥିଲା। ସେହିପରି ବାରିପଦାରେ ୩୮, ବୌଦ୍ଧ ୩୮, ଖୋର୍ଦ୍ଧା ୩୮, ବାଲେଶ୍ୱର ୩୭.୨, ଅନୁଗୋଳ ୩୭.୧, ସୁନ୍ଦରଗଡ଼ ୩୭.୩, ହୀରାକୁଦ ୩୭.୪, ବଲାଙ୍ଗୀର ୩୭.୮, ମାଲକାନଗିରି ୩୭.୭, ଚାନ୍ଦବାଲି ୩୭, କଟକ ୩୭, ଟିଟିଲାଗଡ଼ ୩୭, ନୟାଗଡ଼ ୩୭, ଢେଙ୍କନାଳ ୩୭ ଓ ଜଗତ୍‌ସିଂହପୁରରେ ତାପମାତ୍ରା ୩୭ ଡିଗ୍ରୀରେ ପହଞ୍ଚତ୍ଥିଲା। ଆସନ୍ତା ୫ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ ସେଭଳି କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ। ଅଧିକାଂଶ ସ୍ଥାନରେ ୨ ରୁ ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ୭ ତାରିଖରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। କେନ୍ଦ୍ରର ସୂଚନାନୁସାରେ, ୭ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ରେ ସ୍ବଳ୍ପ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ସେହିଭଳି ୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବରଗଡ଼, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀରର ଗୋଟିଏ କିମ୍ବା ଦୁଇଟି ସ୍ଥନାରେ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର ରାଉତରାୟଙ୍କ...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri