୫ ସ୍ଥାନରେ ୩୮ ଡିଗ୍ରୀ ଉପରେ ପାରଦ

ଭୁବନେଶ୍ୱର, ୫।୩(ବ୍ୟୁରୋ): ରାଜ୍ୟରେ ଅସମ୍ଭାଳ ହେଲାଣି ଖରା ତାତି। ତାପମାତ୍ରା ୪୦ ଡିଗ୍ରୀ ମୁହଁା ହୋଇଥିବାବେଳେ ଶନିବାର ରାଜ୍ୟର ୫ଟି ସ୍ଥାନରେ ୩୮ଡିଗ୍ରୀ ଉପରେ ରହିଥିଲା। ସେହିପରି ୧୪ଟି ସ୍ଥାନରେ ପାରଦ ୩୭ ଡିଗ୍ରୀ ଡେଇଁଥିଲା। ସମ୍ବଲପୁର ଓ ତାଳଚେରରେ ସର୍ବାଧିକ ୩୮.୬ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ଭୁବନେଶ୍ୱର ୩୮.୫, ଝାରସୁଗୁଡ଼ା ୩୮.୪ ଓ ସୋନପୁରରେ ୩୮.୪ ଡିଗ୍ରୀ ରହିଥିଲା। ସେହିପରି ବାରିପଦାରେ ୩୮, ବୌଦ୍ଧ ୩୮, ଖୋର୍ଦ୍ଧା ୩୮, ବାଲେଶ୍ୱର ୩୭.୨, ଅନୁଗୋଳ ୩୭.୧, ସୁନ୍ଦରଗଡ଼ ୩୭.୩, ହୀରାକୁଦ ୩୭.୪, ବଲାଙ୍ଗୀର ୩୭.୮, ମାଲକାନଗିରି ୩୭.୭, ଚାନ୍ଦବାଲି ୩୭, କଟକ ୩୭, ଟିଟିଲାଗଡ଼ ୩୭, ନୟାଗଡ଼ ୩୭, ଢେଙ୍କନାଳ ୩୭ ଓ ଜଗତ୍‌ସିଂହପୁରରେ ତାପମାତ୍ରା ୩୭ ଡିଗ୍ରୀରେ ପହଞ୍ଚତ୍ଥିଲା। ଆସନ୍ତା ୫ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ ସେଭଳି କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ। ଅଧିକାଂଶ ସ୍ଥାନରେ ୨ ରୁ ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ୭ ତାରିଖରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। କେନ୍ଦ୍ରର ସୂଚନାନୁସାରେ, ୭ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ରେ ସ୍ବଳ୍ପ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ସେହିଭଳି ୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବରଗଡ଼, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀରର ଗୋଟିଏ କିମ୍ବା ଦୁଇଟି ସ୍ଥନାରେ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri