ଆସନ୍ତା ୨ ଦିନରେ ଖସିବ ତାପମାତ୍ରା, ୭ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୩।୧୨: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାରେ ସର୍ବନିମ୍ନ ରାତି ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ଏହା ପରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି।

ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୦ ଡିଗ୍ରୀ ସେଲସିୟସ ଏବଂ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅତି କମରେ ସାତୋଟି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଝାରସୁଗୁଡ଼ା, ବଲାଙ୍ଗୀର ଏବଂ ସୋନପୁର।

ଡିସେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ସମଗ୍ର ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ୨୯ ଡିଗ୍ରୀ ସେଲସିୟସ ଏବଂ ୧୫ ଡିଗ୍ରୀ ସେଲସିୟସ ଆଖପାଖରେ ରହିବ ବୋଲି IMD ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର...

ଏହି ଦେଶରେ ପୁରୁଷଙ୍କ ଅଭାବ; ଏହିକାମ ପାଇଁ ସ୍ୱାମୀ ‘ଭଡ଼ାରେ’ ନେଉଛନ୍ତି ମହିଳା

ନୂଆଦିଲ୍ଲୀ,୫ା୧୨: ୟୁରୋପୀୟ ଦେଶ ଲାଟଭିଆରେ ପୁରୁଷଙ୍କ ସଂଖ୍ୟା ମହିଳାଙ୍କ ତୁଳନାରେ ବହୁତ କମ୍ ଥିବାରୁ ଏଠାରେ ଏକ ଅଭାବନୀୟ ସାମାଜିକ ଧାରା ଦେଖିବାକୁ ମିଳିଛି। ଘରର...

ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ଏହିଦିନ ମିଳିବ ନୂଆ ବହି

ଭୁବନେଶ୍ୱର,୫।୧୨: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା...

ଇଣ୍ଡିଗୋ ବିମାନ ସଙ୍କଟ: ପାଇଲଟଙ୍କୁ ସହଯୋଗ କରିବାକୁ ଅନୁରୋଧ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୫।୧୨: ଦେଶର ସର୍ବବୃହତ୍ ବଜେଟ୍ ବିମାନସେବା ଇଣ୍ଡିଗୋ ରେ ଲଗାତାର ତୃତୀୟ ଦିନ ପାଇଁ ବିମାନ ଚଳାଚଳ ବାଧାପ୍ରାପ୍ତ ହେବା ପରେ, ବିମାନ ଚଳାଚଳ ନିୟାମକ...

ମୋ ଝିଅକୁ ପ୍ୟାଡ୍‌ ଦିଅ… ଇଣ୍ଡିଗୋ ବିମାନ ବିଳମ୍ବ ମଧ୍ୟରେ ହୃଦୟ ବିଦାରକ VIDEO ଭାଇରାଲ

ନୂଆଦିଲ୍ଲୀ,୫।୧୨: ଦେଶରେ ଯାତ୍ରୀ ସୁରକ୍ଷା ଏବଂ ସୁବିଧା ବିଷୟରେ ବହୁତ ଆଲୋଚନା ହେଉଥିବାବେଳେ, ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଭାଇରାଲ ହୋଇଛି। ବିମାନବନ୍ଦର...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର...

ଗଞ୍ଜେଇ ହେରଫେର: ଫୁଲବାଣୀ ସଦର ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ,୫ା୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକଙ୍କୁ ରାଜ୍ୟ ଗୃହ ବିଭାଗ ନିଲମ୍ବନ କରିଛି। ତାଙ୍କ ନାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri